Advertisment

ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ

୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ  ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି।

undefined

Samir Mohanty

Advertisment

ପୂର୍ବତନ ବିଜେପି ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ମିଳିଲା ନୂଆ ଦାୟିତ୍ୱ । ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି। ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ।

Advertisment

ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି। ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି।

ଏବେ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସମୀର ମହାନ୍ତିଙ୍କୁ ସ୍ଥାନ ମିଳିଥିବାରୁ ରାଜ୍ୟ ବିଜେପି ଶିବିରରେ ଖୁସିର ମାହୋଲ ଖେଳି ଯାଇଛି। 

Advertisment
Bjp Samir Mahanti
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe