୨୪ ବର୍ଷର ବିଫଳ ସରକାର ବିରୋଧରେ ଲୋୟର ପିଏମଜିରେ ଆଜି ଗର୍ଜିଛି ରାଜ୍ୟ କଂଗ୍ରେସ। ରାଜ୍ୟରେ ପାଣି, ଖଣି, ବିଜୁଳି, ସ୍ୱାସ୍ଥ୍ୟ ଓ ଶିକ୍ଷା କ୍ଷେତ୍ରରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିଲେ କଂଗ୍ରେସର ଶତାଧିକ କର୍ମୀ। କଂଗ୍ରେସ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପ୍ରଭାରୀ ଅଜୟ କୁମାରଙ୍କ ସମେତ ଦଳର ବିଧାୟକ, ଜିଲ୍ଲା ସଭାପତି ଓ ଶତାଧିକ କଂଗ୍ରେସ କର୍ମୀ କଂଗ୍ରେସ ଭବନରୁ ରାଲିରେ ବାହାରି ଲୋୟର ପିଏମଜିରେ ପହଞ୍ଚିଥିଲେ।
ପରେ ସେମାନେ ଲୋକସଭା ଭବନ ଆଡକୁ ଯିବାବେଳେ ପୁଲିସ ସେମାନଙ୍କୁ ଅଟକାଇଥିଲା। ଏହି ସମୟରେ ପୁଲିସ ଓ କଗ୍ରେଂସ କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା। କିଛି ସମୟ ପାଇଁ ରଣକ୍ଷେତ୍ର ପାଲଟିଥିଲା ଲୋୟର ପିଏମଜି। ପୁଲିସ କଂଗ୍ରେସ କର୍ମୀଙ୍କୁ ଉଠାଇ ନେଇ ଅଟକ ରଖିଛି।
Also Read
ଜୟପୁର ବିଧାୟକ ତାରା ବାହିନୀ ପତି କହିଛନ୍ତି, ଓଡ଼ିଶାରେ ଶହଶହ ଚାଷୀ ଆତ୍ମହତ୍ୟା କରୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀରୁ ହଜାର ହଜାର ଲୋକ ଦାଦନ ଖଟିବାକୁ ଯାଉଛନ୍ତି। ସରକାର ଏହାକୁ ରୋକି ପାରୁ ନାହାନ୍ତି। ଯୁବକମାନେ ବେକାରୀ ହୋଇ ବୁଲୁଛନ୍ତି । ଦରଦାମ ହୁ ହୁ ହୋଇ ବଢ଼ୁଛି। ହେଲେ ସରକାର ସବୁ ଦେଖି ଚୁପ ହୋଇ ବସିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଅଶୋକଙ୍କ ‘ଧର୍ମପଦ’ ଉପାଖ୍ୟାନ: ବିଜେଡିକୁ ସୁଦୃଢ଼ ପାଇଁ ଦେଲେ ଗୁରୁମନ୍ତ୍ର, ବ୍ୟକ୍ତିଗତ ମତ କହି ସଞ୍ଜୟଙ୍କ ବିରୋଧ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କ ଦଳ ବିଜେଡିକୁ ସୁଦୃଢ଼ କରିବାର ଗୁରୁମନ୍ତ୍ର ଦେଇଛନ୍ତି । ହୋଲି ପାଳନ ଅବସରରେ ଗଣମାଧ୍ୟମକୁ ଯେଉଁ ବୟାନ ଦେଇଛନ୍ତି ତାହା ସେ ନବୀନ ନିବାସକୁ ମଧ୍ୟ ଜଣାଇଥିବା ସ୍ପଷ୍ଟ କରିଛନ୍ତି । ଶ୍ରୀ ପଣ୍ଡା ‘ଧର୍ମପଦର ତ୍ୟାଗ’ର ଉଦାହରଣ ଦେଇ କହିଛନ୍ତି ଯେ, ବାରଶହ ବଢ଼େଇରେ ଦାୟ ନା ପୁଅରେ ଦାୟ’ ।

Politics
ବିଜେଡିରେ ବଢ଼ିଲାଣି ବବିଙ୍କ ମାମଲାତି: ଦେବୀ ‘ଶିଶୁପାଳ’, ପ୍ରତାପ‘ସାରଥୀ’, ହଜାରିବାଗରେ ହାଜିରା
ଦେବୀଙ୍କ ଅଜାଣତରେ ତାଙ୍କ ଜିଲ୍ଲା କଟକରେ ଓ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଗୋଚରରେ ତାଙ୍କ ଜିଲ୍ଲା ସମ୍ବଲପୁରରେ ସାଂଗଠନିକ ନିର୍ବାଚନ ପାଇଁ ‘ଜିଲ୍ଲା ରିଟର୍ଣ୍ଣିଂ ଅଫିସର’ ନିଯୁକ୍ତି ଦିଆଯିବା ସିଧାସଳଖ ଏହି ନେତାମାନଙ୍କୁ ନିଜ ସଂଗଠନରେ ‘ଶିଶୁପାଳ’ ଭୂମିକାରେ ଅବତୀର୍ଣ୍ଣ କରାଇ ଦେଇଥିବା ଚର୍ଚ୍ଚା ହେଲାଣି ।

Politics
ରାଜା ଚକ୍ର ଗିରଫ: କ୍ରାଇମବ୍ରାଞ୍ଚ ଦେଲା କଳାଚିଠାର ତାଲିକା, ବଢ଼ିଲା ବିଜେଡିର ପ୍ରଭାବଶାଳୀଙ୍କ ଅଡ଼ୁଆ
ରାଜାଙ୍କ ଗିରଫ ପରେ ଘସିପୁରା ବିଧାୟକ ତଥା ରାଜାଙ୍କୁ ରାଜନୀତିକୁ ଆଣିଥିବା ବଦ୍ରିନାରାୟଣ ପାତ୍ରଙ୍କ ବୟାନ ବେଶ୍ ଗୁରୁତ୍ୱ ବହନ କରୁଛି । ବଦ୍ରି କହିଛନ୍ତି ଯେ ରାଜା ଚକ୍ରଙ୍କ କଥାରେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି କାମ କରୁଥିଲେ । ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ।
Politics
ବିଧାନସଭାରେ କଳଙ୍କିତ ଅଧ୍ୟାୟ: ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି, ତାରା ନିଲମ୍ବିତ
ଓଡ଼ିଶାରେ ମିଶିବା ଏକ ଐତିହାସିକ ଭୁଲ୍ ବୋଲି କହି ରାଜ୍ୟ ବିଭାଜନ ବୟାନ ଦେଇଥିବା ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଆଜି ୪ଦିନ ପରେ ପୁଣିଥରେ ମୁହଁ ଖୋଲିଛନ୍ତି । ସେ ତାଙ୍କର ଆଭିମୁଖ୍ୟରେ ଅଟଳ ଅଛନ୍ତି ଓ ମତ ପରିବର୍ତ୍ତନ କରିବେ ନାହିଁ ବୋଲି ଆଜି ରୋକଠୋକ୍ ଗଣମାଧ୍ୟମ ଆଗରେ ସୂଚନା ଦେଇଛନ୍ତି ।

Politics
ମୁଖ୍ୟମନ୍ତ୍ରୀଙ୍କୁ କିଏ କରୁଛି ବଦନାମ: ବିଧାନସଭାରେ ଗୃହ ବିଭାଗର ଦାୟିତ୍ୱହୀନ ଉତ୍ତରକୁ ନେଇ ଚର୍ଚ୍ଚା
ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ବିଧାନସଭାରେ ଗୃହବିଭାଗ ଯେଉଁ ଲିଖିତ ଉତ୍ତର ରଖୁଛି ତାକୁ ପ୍ରସ୍ତୁତ କରୁଛି କିଏ? ବିଧାନସଭା ଭଳି ପବିତ୍ର ଗୃହରେ ଏଭଳି ଦାୟିତ୍ୱହୀନ ଓ ଅରୁଚିକର ଲିଖିତ ଉତ୍ତର ରଖିବାକୁ ପ୍ରଶାସନିକ କଳ ସାହାସ ଜୁଟାଉଛି କେମିତି?