ମେ’ ୨୦ତାରିଖରେ ଓଡ଼ିଶାରେ ହେବ ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ। ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ଆଜି ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ। ଆସନ୍ତା ୬ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ସଂସଦୀୟ ଆସନ ଓ ଏହି ସଂସଦୀୟ କ୍ଷେତ୍ରରେ ଥିବା ସମସ୍ତ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହେବ।
ବରଗଡ଼ର ପଦ୍ମପୁରରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିପରି ବରଗଡ଼ ଲୋକସଭା ଅନ୍ତର୍ଗତ ଅନ୍ୟ ୬ ବିଧାନସଭା କ୍ଷେତ୍ର ବିଜେପୁର, ବରଗଡ଼, ଅତାବିରା, ଭଟଲି, ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ। ସୁନ୍ଦରଗଡ଼ ଲୋକସଭା କ୍ଷେତ୍ରର ବଣାଇରେ ସକାଳ ୭ଟାରୁ ୪ଟା ଯାଏଁ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଅନ୍ୟ ସମସ୍ତ ୬ ବିଧାନସଭା କ୍ଷେତ୍ର ତଳସରା, ସୁନ୍ଦରଗଡ଼, ବୀରମିତ୍ରପୁର, ରଘୁନାଥପାଲି, ରାଉରକେଲା, ରାଜଗାଙ୍ଗପୁରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।
ବଲାଙ୍ଗିର ସଂସଦୀୟ କ୍ଷେତ୍ରରେ ଥିବା ପାଟଣାଗଡ଼ ବିଧାନସଭା କ୍ଷେତ୍ରରେ ୧୭ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ହେବ। ସେହିପରି କଣ୍ଟାବାଂଜିରେ ୧୩ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୪ଟା ଓ ଅନ୍ୟ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଯାଏଁ ଭୋଟ ହେବ। ତେବେ ଅନ୍ୟ ୫ ବିଧାନସଭା କ୍ଷେତ୍ର ବଲାଙ୍ଗିର, ଟିଟିଲାଗଡ଼, ବୀରମହାରାଜପୁର, ସୋନପୁର, ଲୋଇସିଂହାରେ ସକାଳ ୭ଟାରୁ ୬ଟା ଯାଏ ଭୋଟ ହେବ। କନ୍ଧମାଳ ସଂସଦୀୟ କ୍ଷେତ୍ରରେ ଭଂଜନଗରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ହେବ।
ସେହିପରି ଦଶପଲ୍ଲାରେ ସକାଳ ୭ଟାରୁ ଅପରାହ୍ଣ ୫ଟା, ବୌଦ୍ଧ ଓ କଣ୍ଟାମାଳରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ। ତେବେ ବାଲିଗୁଡ଼ାର ୧୫ ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୫ଟା ଓ ଅନ୍ୟ ପୋଲିଂ ବୁଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ
ହେବ। ଜି.ଉଦୟଗିରିର ୮ଟି ପୋଲିଂ ଷ୍ଟେସନରେ ସକାଳ ୭ଟାରୁ ୫ଟା ଓ ଅନ୍ୟ ବୁଥରେ ସକାଳ ୭ଟାରୁ ୪ଟା ଭୋଟ ଗ୍ରହଣ ହେବ। ଫୁଲବାଣୀରେ ୨୩ ପୋଲିଂ ଷ୍ଟେସନରେ ୭ଟାରୁ ୫ଟା ଓ ଅନ୍ୟ ପୋଲିଂ ବଥରେ ସକାଳ ୭ଟାରୁ ଅପରାହ୍ଣ ୪ଟା ଯାଏଁ ଭୋଟ ହେବ। ତେବେ ଆସିକା ଲୋକସଭା କ୍ଷେତ୍ରର ସମସ୍ତ ବିଧାନସଭା କ୍ଷେତ୍ରରେ ସକାଳ ୭ଟାରୁ ସଂଧ୍ୟା ୬ଟା ଯାଏଁ ଭୋଟ ଗ୍ରହଣ ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।