Advertisment

ଆଜି ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ୫ ଲୋକସଭା ସହ ୩୫ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ।

author-image
Tapaswini Nayak
ଅଦ୍ୟତନ ହୋଇଛି
Vote

Vote

ରାଜ୍ୟରେ ଆଜି ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ରୁ ଭୋଟଗ୍ରହଣ ଆରମ୍ଭ ହୋଇଥିବା ବେଳେ ବୁଥ ମାନଙ୍କରେ ଲାଗିଛି ଗହଳି। ଆଜି ୫ ଲୋକସଭା ଆସନ ଆସ୍କା, କନ୍ଧମାଳ,
ବଲାଙ୍ଗିର, ବରଗଡ଼, ସୁନ୍ଦରଗଡ ଏବଂ ଏହା ଅଧୀନସ୍ଥ ୩୫ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ଭୋଟିଂ ଚାଲିଛି। ଏହି ୫ ସଂସଦୀୟ କ୍ଷେତ୍ରରେ ମୋଟ ୭୯ ଲକ୍ଷ ୬୯ ହଜାର ୮୮୭ ଜଣ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରେ ୪୦ଲକ୍ଷ ୩୩ ହଜାର ୯୯୨ ପୁରୁଷ, ୩୯ ଲକ୍ଷ ୩୫ ହଜାର ୪୪ ମହିଳା ଭୋଟର ଏବଂ ୮୫୧ ତୃତୀୟ ଲିଙ୍ଗୀ ଭୋଟର ରହିଛନ୍ତି।

Advertisment

ସେହିପରି ୨ ଲକ୍ଷ ୧୩ ହଜାର ୧୨୯ ଜଣ ପ୍ରଥମ ଥର ଭୋଟ୍ ଦେବାକୁ ଯାଉଥିବା ବେଳେ ୧୬ ଲକ୍ଷ ୯୮ ହଜାର ୫୧୬ ଜଣ ଯୁବ ତଥା ୨୦ରୁ ୨୯ ବର୍ଷ ବୟସର ଭୋଟର ଅଛନ୍ତି। ଏହି ପର୍ଯ୍ୟାୟରେ ଭୋଟ ପାଇଁ ୯ ହଜାର ୧୪୮ ମତଦାନ କେନ୍ଦ୍ର ରହିଛି। ଏଥିମଧ୍ୟରୁ ୧ ହଜାର ୯୦ଟି ସହରାଞ୍ଚଳ ଏବଂ ୮ ହଜାର ୫୮ଟି ଗ୍ରାମାଞ୍ଚଳରେ ରହିଛି। ୧ହଜାର ୪୧ଟି ବୁଥ ସମ୍ପୂର୍ଣ୍ଣ ଭାବେ ମହିଳାଙ୍କ ଦ୍ୱାରା ଓ ୨୫ଟି ସମ୍ପୂର୍ଣ୍ଣ ଭାବେ ଭିନ୍ନକ୍ଷମ କର୍ମଚାରୀଙ୍କ ଦ୍ୱାରା ପରିଚାଳିତ। ୧ହଜାର ୫୪୧ଟି ଆଦର୍ଶ ମତଦାନ କେନ୍ଦ୍ର କରାଯାଇଛି। ତେବେ ଏହି ପର୍ଯ୍ୟାୟରେ ୨୦ ପ୍ରତିଶତ ସମ୍ବେଦନଶୀଳ ବୁଥ୍ ରହିଛି।

ସେହିପରି ୫ ଲୋକସଭା କ୍ଷେତ୍ରରେ ମୋଟ ୪୦ ଜଣ ପ୍ରାର୍ଥୀ ନିର୍ବାଚନୀ ରଣାଙ୍ଗନରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ୩୪ ପୁରୁଷ ଓ ୬ ଜଣ ମହିଳା ରହିଛନ୍ତି। ୩୫ ବିଧାନସଭା
କ୍ଷେତ୍ରରେ ମୋଟ ୨୬୫ ଜଣ ପ୍ରାର୍ଥୀ ଭାଗ୍ୟ କରୁଥିବା ବେଳେ ଏମାନଙ୍କ ମଧ୍ୟରେ ୨୨୪ ପୁରୁଷ ଓ ୪୧ ମହିଳା ଅଛନ୍ତି।

Advertisment

୫ ଲୋକସଭା ଆସନରେ ହେଭିୱେଟଙ୍କ ମଧ୍ୟରେ ଅଛନ୍ତି ବଲାଙ୍ଗିରର ବିଜେପି ପ୍ରାର୍ଥୀ ସଙ୍ଗୀତା କୁମାରୀ ସିଂହଦେଓ ଓ କଂଗ୍ରେସର ସୁରେନ୍ଦ୍ର ସିଂ ଭୋଇ, ସୁନ୍ଦରଗଡର ବିଜେପି
ପ୍ରାର୍ଥୀ ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ ଓ ବିଜେଡି ପ୍ରାର୍ଥୀ ତଥା ହକି ତାରକା ଦିଲ୍ଲୀପ ତିର୍କୀ, ବରଗଡରେ ବିଜେପିର ବରିଷ୍ଠ ନେତା ପ୍ରଦୀପ ପୁରୋହିତ ଓ କନ୍ଧମାଳରେ ବିଜେଡିର ଅଚ୍ୟୁତ ସାମନ୍ତ।  

2024 General Election Odisha Assembly Election 2024