Advertisment

୨୦ରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ; ଆଜି ସରିବ ପ୍ରଚାର

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା।

Vote

Vote

Advertisment

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଦୀପ ପୁରୋହିତ, ସଙ୍ଗୀତା ସିଂଦେଓ, ଜୁଏଲ ଓରାମ, ଅଚ୍ୟୁତ ସାମନ୍ତ, ବିକ୍ରମ କେଶରୀ ଆରୁଖ, ସୁଶାନ୍ତ ସିଂ, କଳିକେଶ ସିଂଦେଓ, ନିରଂଜନ ପୂଜାରୀ, ପଦ୍ମନାଭ ବେହେରା, ପ୍ରଦୀପ ଅମାତଙ୍କ ଭଳି ହେଭିୱେଟ ଅଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ୫ ସଂସଦୀୟ କ୍ଷେତ୍ର ଏବଂ ତତ୍ ଅଧୀନରେ ଆସୁଥିବା ୩୫ ଆସନରେ ମତଦାନ ହେବ।

Advertisment

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାରର ଶେଷଦିନରେ ଓଡ଼ିଶାରେ ପ୍ରଚାର କରିବେ ବହୁ କେନ୍ଦ୍ରୀୟ ନେତା। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ସୁନ୍ଦରଗଡ଼ ବଣାଇ ଓ ରାଜଗାଙ୍ଗପୁରରେ ଜନସଭାକୁ ସମ୍ବୋଧନ କରିବାର କାର୍ୟ୍ୟକ୍ରମ ରହିଛି।

ଅନ୍ୟପକ୍ଷରେ ବଲିଉଡ୍ ଡ୍ରିମଗାର୍ଲ ତଥା ବିଜେପି ସାଂସଦ ହେମାମାଳିନୀ ଆଜି ଅନୁଗୁଳ ପାଲଲହଡ଼ା ଓ ଦେବଗଡ଼ରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି ।କେନ୍ଦ୍ରମନ୍ତ୍ରୀ ଭୂପିନ୍ଦର ସିଂ ଯାଦବ ଆଜି କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳିର ମୁରିବାହାଲରେ ଜନସଭାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟ ନିର୍ବାଚନୀ ପ୍ରଭାରୀ ବିଜୟ ପାଲ ସିଂ ତୋମାର୍ ବ୍ରଜରାଜନଗର ଓ ଝାରସୁଗୁଡ଼ାରେ ଜନସଭାରେ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।

Advertisment
Loksabha Election 2024 Odisha Assembly Election 2024 General Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe