Advertisment

‘ଦୁର୍ଗା ପୂଜାରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା’

ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

author-image
Tapaswini Nayak
ଅଦ୍ୟତନ ହୋଇଛି
undefined

subhadra yojana

ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଆଜି ଏହି ଦ୍ୱନ୍ଦ୍ୱ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା। ଆଜି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି।

Advertisment

ଉପମୁଖ୍ୟ କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ୯ ତାରିଖରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ତାରିଖରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।

ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ 'ସୁଭଦ୍ରା' ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା 'ସୁଭଦ୍ରା' ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ 'ସୁଭଦ୍ରା' ଟଙ୍କା ମିଳିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। 

Advertisment

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।  ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।  

State Bjp Subhadra Yojana