ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସତ କହିଦେଲେ ସୌମ୍ୟ ରଞ୍ଜନ। ମହିଳା ସରପଞ୍ଚଙ୍କ କ୍ଷମତା ସଂପର୍କରେ ଖଣ୍ଡପଡ଼ା ବିଧାୟକ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ। ମହିଳା ସରପଞ୍ଚଙ୍କ ସ୍ୱାମୀ ହିଁ ପ୍ରକୃତ କ୍ଷମତା ଉପଭୋଗ କରୁଥିବା କହିଛନ୍ତି ବିଜେଡି ଉପସଭାପତି ସୌମ୍ୟରଂଜନ ପଟ୍ଟନାୟକ। ଅଲ୍ ଓଡ଼ିଶା ଜିପିଏଲ୍ଏଫ୍ କର୍ମୀ ସାମ୍ମୁଖ୍ୟ ବୈଠକରେ ସେ ଏକଥା କହିଛନ୍ତି।
ସରପଞ୍ଚଙ୍କ ସ୍ୱାମୀମାନେ ସରପଞ୍ଚ ହୋଇ ଚଳେଇ ନେଉଛନ୍ତି। ସରପଞ୍ଚଙ୍କ ଦିଅରମାନେ ସରପଞ୍ଚ ହୋଇ ଚଳେଇ ନେଉଛନ୍ତି। ତେବେ ଆଉ କାହାକୁ କ୍ଷମତା ଦେବା ନାହିଁ ବୋଲି ସୌମ୍ୟ ରଞ୍ଜନ ପଟ୍ଟନାୟକ କହିଛନ୍ତି। ସେ ପୁଅ, ସ୍ୱାମୀ କି ଦିଅର ହେଉ, ଆଉ କ୍ଷମତା ଦେବାନି, ହଲପ କରୁଛି ବୋଲି ସେ କହିଛନ୍ତି।
ପୂର୍ବରୁ କୋଟିଆ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ କଥା କହିଥିଲେ ସୌମ୍ୟରଞ୍ଜନ। କହିଥିଲେ ଦଳରେ ଅଛି ବୋଲି ଯାହା ଘଟୁଛି ସବୁ ଠିକ୍ ବୋଲି କହିବା ଅଭ୍ୟାସ ମୋର ନାହିଁ। କୋଟିଆ ପ୍ରସଙ୍ଗରେ ପ୍ରଶାସନିକ ଅବହେଳାକୁ ମଧ୍ୟ ଦାୟୀ କରିଥିଲେ ସେ । ଆଗରୁ ଚାହିଁଥିଲେ ତଳ ସ୍ତରରୁ ଏହି ସମସ୍ୟାର ସାମାଧାନ ହୋଇପାରିଥାନ୍ତା, ହେଲେ ସେପରି ହେଲାନି ବୋଲି ସେ ମନ୍ତବ୍ୟ ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।