Advertisment

‘ଓଡ଼ିଆରେ ହେବ ସରକାରୀ କାମ, ଭାଷାର ପ୍ରଚାର ପାଇଁ ଗଠନ ହେବ କମିଶନ’

ଓଡ଼ିଶାରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ ।

ଅଦ୍ୟତନ ହୋଇଛି
CM Mohan Majhi

CM Mohan Majhi

Advertisment

‘ଓଡ଼ିଶାରେ ଓଡ଼ିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ସରକାରୀ ଭାଷା ଆଇନକୁ ଅକ୍ଷରେ ଅକ୍ଷରେ ପାଳନ କରାଯିବ । ସରକାରୀ ଓ ବେସରକାରୀ ସ୍ତରରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାରକୁ ସହଜ, ସରଳ ସୁଗମ କରାଯିବ । ଏଥିନିମନ୍ତେ ବୈଷୟିକ ଜ୍ଞାନ କୌଶଳ ପ୍ରୟୋଗ କରାଯିବ।’  ଓଡ଼ିଶାର ଅସ୍ମିତାକୁ ରକ୍ଷା କରିବାର ପ୍ରତିଶ୍ରୁତି ଦେଇ ନିର୍ବାଚନର ବୈତରଣୀ ପାର ହୋଇଥିବା ବିଜେପି ଆଜି ଏ ଦିଗରେ ପ୍ରଥମ ପଦକ୍ଷେପ ଉଠାଇଛି।

Advertisment

ଶପଥ ନେବାର ୨୨ ଦିନ ପରେ ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରୁ ବିଧିବଦ୍ଧ ଭାବେ କାମ ଆରମ୍ଭ କରିଛନ୍ତି। ଏହି ଅବସରରେ ସେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ।

ଗଣମାଧ୍ୟମ ପ୍ରତିନିଧୀଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ପରିଚାଳନା ରାଜ୍ୟର ଭାଷା ଓଡ଼ିଆରେ ହିଁ ହେବ। ତେଣୁ ଓଡ଼ିଆରେ ହେବ ସରକାରୀ କାମ ।  ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପାଇଁ କମିଶନ ଗଠନ ହେବ। ଓଡ଼ିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ। ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟାପକ ବ୍ୟବହାର କରାଯିବ ଆବଶ୍ୟକ ହେଲେ ସରକାରୀ ଭାଷା ଆଇନରେ ସଂଶୋଧନ କରାଯିବ।

Advertisment

ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ୱଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାର ଉପରେ ଗୁରୁତ୍ୱାରୋପ କରାଯାଇଛି। ସାହିତ୍ୟ, କଳା, ସଙ୍ଗୀତ ଓ ଲଳିତ କଳା ଏକାଡେମୀର ପୁନଃଗଠନ ପାଇଁ ପଦକ୍ଷେପ ନେବେ ସରକାର।

ପ୍ରତି ଜିଲ୍ଲାର କଳା ଓ ସଂସ୍କୃତିକୁ ପ୍ରୋତ୍ସାହନ ଦିଆଯିବ। ନିର୍ମାଣ କରାଯିବ ଅନୁବାଦ ଏକାଡେମୀ, ଓଡ଼ିଆ ଅସ୍ମିତା ଭବନ। ଭାଷା ପାଇଁ ଆଧୁନିକ ସରଳ ଓ ସୁଗମ ପ୍ରଯୁକ୍ତି ବିଦ୍ୟାର ଉପଯୋଗ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ

ଉଚ୍ଚ ବିଦ୍ୟାଳୟସ୍ତରରେ ଓଡ଼ିଆ ଭାଷା ଶିକ୍ଷକ ନିଯୁକ୍ତି ପାଇଁ ବିଚାର କରିବେ ସରକାର। ସେହିପରି ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ। ବିଭିନ୍ନ ଐତିହ୍ୟ ପୀଠର ବିକାଶକୁ ଗୁରୁତ୍ୱ ଦେବାକୁ ସଂକଳ୍ପବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

ଲୋକସେବା ଭବନରେ ଆଜିଠୁ କାର୍ଯ୍ୟ ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୂଜାର୍ଚ୍ଚନା କରି ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରବେଶ କରିଥିଲେ। ଯେଉଁ ଚାମ୍ବରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବସୁଥିଲେ ସେହି ଚାମ୍ବରରେ ବସିଛନ୍ତି ମୋହନ ମାଝୀ। କେବଳ ଟେବୁଲ ଓ ଚେୟାରର ଦିଗ ବଦଳିଛି।

ଆଜି ମୁଣ୍ଡିଆ ମାରି ଲୋକସେବା ଭବନ ଭିତରେ ପ୍ରବେଶ କରିଥିଲେ ମୁଖ୍ୟମନ୍ତ୍ରୀ। ଭିତରକୁ ପାଛୋଟି ନେଇଥିଲେ କ୍ୟାବିନେଟ୍ ମନ୍ତ୍ରୀ ଓ ପ୍ରଶାସନିକ ଅଧିକାରୀମାନେ। 

Bjp Cmo Of Odisha Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe