Advertisment

ମହିଳାଙ୍କୁ ଦଶହରା ଭେଟି; ଖାତାକୁ ଆସିଲା 'ସୁଭଦ୍ରା' ଟଙ୍କା

ଗତ ୧୭ ତାରିଖରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ।

ଅଦ୍ୟତନ ହୋଇଛି
subhadra money

subhadra money

Advertisment

ସବୁ ଅପେକ୍ଷାର ଅନ୍ତ ଘଟିଛି। ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଛି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ 'ସୁଭଦ୍ରା' ଟଙ୍କା। ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଛନ୍ତି। ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିଥିବା ନେଇ ହିତାଧିକାରୀ ପାଖକୁ ମେସେଜ୍‌ ଆସିଛି। ପାର୍ବଣରେ ମହିଳାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା  ଆସି ଥିବାରୁ ହିତାଧିକାରୀଙ୍କ ଘରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଛି। 

Advertisment

 ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାର ଛଉ ପଡିଆରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ବଣ୍ଟନ କରିଛନ୍ତି। ଏଥିସହ ସୁଭଦ୍ରା ଯୋଜନାରେ ପଞ୍ଜୀକରଣ କରିଥିବା ପ୍ରଥମ ଓ ଏକ କୋଟିଏତମ ହିତାଧିକାରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ଆଜି ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷରୁ ଅଧିକ ମହିଳାଙ୍କୁ ଟଙ୍କା ଦିଆଗଲା। ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ, ତାକୁ ଅକ୍ଷରେ ଅକ୍ଷରେ ପାଳନ କରେ। ସୁଭଦ୍ରା ଯୋଜନା ଓଡ଼ିଶାର ସର୍ବବୃହତ୍ତ ଯୋଜନା। ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ଡବଲ ଇଂଜିନ ସରକାରକୁ ଆପଣ ସଫଳ କରିଛନ୍ତି ।ଡବଲ ଇଂଜିନ ସରକାରରେ ଡବଲ ବିକାଶ ହେବ, ଡବଲ ଫାଇଦା ମିଳିବ।

ବାରିପଦା ସଭାରେ ପୂର୍ବ ସରକାରକୁ ସମାଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଗତ ସରକାରଙ୍କ ମହିଳା ସଶକ୍ତୀକରଣ କେବଳ ସ୍ଲୋଗାନରେ ସୀମିତ ଥିଲା। ପୂର୍ବ ସରକାର କେବଳ ଇଭେଣ୍ଟ ମ୍ୟାନେଜମେଣ୍ଟ କରୁଥିଲେ। ମହିଳାଙ୍କୁ ଋଣ ଦେବା ନାଁରେ ମହାଜନୀ କାରବାର କରାଉଥିଲେ ନବୀନ। ଆମ ସରକାର ମହିଳାମାନଙ୍କୁ ବିକାଶ ଯାତ୍ରାରେ ସାମିଲ କରିଛି।

Advertisment

ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା। ଆଜି ଦ୍ୱିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ଅଧିକ ହିତାଧିକାରୀଙ୍କୁ ଟଙ୍କା ଦିଆଗଲା। ଆଜି ସଂଧ୍ୟା ସୁଦ୍ଧା ୬୦ ଲକ୍ଷରୁ ଅଧିକ ମହିଳାଙ୍କ ଖାତାକୁ ଟଙ୍କା ଯିବ।

ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୋଟିଏ ଯୋଜନାରେ ୨ ମାସରେ କୋଟିଏ ମହିଳା କେବେ ଯୋଡ଼ି ହୋଇନଥିଲେ। ୧ କୋଟି ମହିଳା ଗୋଟିଏ ଯୋଜନାରେ ଯୋଡ଼ିହେବା ଏକ ରେକର୍ଡ। ଏଯାବତ ୧ କୋଟି ୬୦ ଲକ୍ଷ ସୁଭଦ୍ରା ଫର୍ମ ବଣ୍ଟନ କରାଯାଇଛି। ସେଥିରୁ ପ୍ରାୟ ୧.୫ କୋଟି ମହିଳାଙ୍କ ଫର୍ମ ରେଜିଷ୍ଟ୍ରେସନ ହୋଇଛି।

ସୂଚନାଯୋଗ୍ୟ, ଗତ ୧୭ ତାରିଖରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସରକାର ପ୍ରତି ବର୍ଷ ୨ଟି କିସ୍ତିରେ ୧ କୋଟି ଯୋଗ୍ୟ ମହିଳାଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ଦେବେ। ଏହି ପରି ୫ ବର୍ଷରେ ସେମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ଦେବେ। ଗତ ୧୭ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା।

Baripada Cmo Subhadra Yojana
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe