Advertisment

ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ସୁଜିତ କୁମାର

ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ।

ଅଦ୍ୟତନ ହୋଇଛି
Sujit kumar

Sujit kumar

Advertisment

ରାଜ୍ୟସଭା ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ଦାଖଲ କରିଛନ୍ତି ସୁଜିତ କୁମାର। ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ,ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ ଉପସ୍ଥିତରେ ଦୁଇ ସେଟ୍‌ ନାମାଙ୍କନ ଭରିଛନ୍ତି ସୁଜିତ କୁମାର।

Advertisment

ବିଜେଡି ଛାଡ଼ି ବିଜେପିରେ ଯୋଗ ଦେଇଥିବା ସୁଜିତ କୁମାରଙ୍କୁ ରାଜ୍ୟସଭା ପ୍ରାର୍ଥୀ କରାଯାଇଥିବା ବିଜେପି କେନ୍ଦ୍ରୀୟ ଚୟନ କମିଟି ପକ୍ଷରୁ଼ ଘୋଷଣା କରାଯାଇଥିଲା। ନାମାଙ୍କନ ଭରିବା ପୂର୍ବରୁ ସୁଜିତ କୁମାର ବିଜେପି ପାର୍ଟି କାର୍ଯ୍ୟାଳୟରେ ପହଞ୍ଚି ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ବରିଷ୍ଠ ବିଜେପି ନେତା ପ୍ରଦୀପ୍ତ ନାୟକଙ୍କୁ ଭେଟିଥିଲେ। 

ନାମାଙ୍କନ ଭରିବା ପୂର୍ବରୁ ସୁଜିତ କହିଥିଲେ, ପଶ୍ଚିମ ଏଵଂ ଦକ୍ଷିଣ ଓଡ଼ିଶାର ବିକାଶକୁ ପ୍ରାଧାନ୍ୟ ଦିଆଯିବ। ପଶ୍ଚିମ ଓଡ଼ିଶାରେ ରେଳପଥର ବିକାଶ ସହ ଅଞ୍ଚଳର ବିକାଶକୁ ଗୁରୁତ୍ୱ ଦିଆଯିବ।

Advertisment

ବିଜେପି ତାଙ୍କ ଉପରେ ଆସ୍ଥା ପ୍ରକଟ କରି ପୁଣିଥରେ ଟିକେଟ ଦେଇଥିବାରୁ ସେ ବିଜେପି ଦଳ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏଵଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ସୁଜିତ କୁମାର ଧନ୍ୟବାଦ୍ ଜଣାଇଥିଲେ।

ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ ଆସନ୍ତାକାଲି ନାମାଙ୍କନର ଶେଷ ଦାଖଲ ତାରିଖ ରହିଛି। ଏପର୍ଯ୍ୟନ୍ତ କଂଗ୍ରେସ ଓ ବିଜେଡି ପକ୍ଷରୁ କେହି ନାମାଙ୍କନ ଦାଖଲ କରି ନାହାନ୍ତି।   

ସେପ୍ଟେମ୍ବର ୬ ତାରିଖରେ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଥିଲେ। ଏଥିସହ ବିଜେଡିରୁ ମଧ୍ୟ ଇସ୍ତଫା ଦେଇଥିଲେ। ପରେ ସେ ବିଜେପିରେ ମିଶିଥିଲେ।

ଏହାପୂର୍ବରୁ ମମତା ମହାନ୍ତ ବି ବିଜେଡି ଛାଡ଼ି ବିଜେପି ଆସିବା ପରେ ପୁଣି ତାଙ୍କୁ ଦଳ ରାଜ୍ୟସଭା ପଠାଇଛି। ସମାନ ଫମୁର୍ଲାରେ ସୁଜିତଙ୍କୁ ପୁଣି ଥରେ ବିଜେପି ରାଜ୍ୟସଭା ପଠାଇବାକୁ ଯୋଜନା କରିଛି। ଏପ୍ରିଲ ୨୦୨୬ ଯାଏଁ ରହିଛି ସୁଜିତ କୁମାର କାର୍ଯ୍ୟକାଳ।

ଆସନ୍ତାକାଲି ନାମାଙ୍କନ ଦାଖଲ ଶେଷ ତାରିଖ ଥିବା ବେଳେ ୨୦ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି।

Rajya Sabha Election Sujit Kumar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe