କିଛି ଦିନ ପୂର୍ବେ ବିଜେଡିକୁ ବାଏ ବାଏ କହିଥିବା ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଆଜି ବିଜେପିରେ ସାମିଲ ହୋଇଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟରେ ନିଜ ସମର୍ଥକଙ୍କ ସହ ସେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ପଦ୍ମ ଧରିଛନ୍ତି ସୁନନ୍ଦା।
୨୦୧୯ରୁ ୨୦୨୪ ପର୍ଯ୍ୟନ୍ତ ବରୀରୁ ବିଜେଡି ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ସୁନନ୍ଦା । ମାତ୍ର ଏହି ନିର୍ବାଚନରେ ତାଙ୍କୁ ଟିକେଟ ଦେଇ ନ ଥିଲା ଦଳ। ଦଳରେ ଅଣଦେଖା ହେଉଥିବା ଅଭିଯୋଗ ଆଣି ଗତ ୨୯ ତାରିଖରେ ବିଜେଡି ଛାଡ଼ିଥିଲେ ସୁନନ୍ଦ। ।
Also Read
ଏଥିସହ ସେ ଖୁବ୍ଶୀଘ୍ର ବିଜେପିରେ ସାମିଲ ହେବେ ବୋଲି କୁହାଯାଉଥିଲା। ଶେଷରେ ଆଜି ବିଜେପିରେ ମିଶିଛନ୍ତି ବରୀର ଏହି ଟାଣୁଆ ନେତ୍ରୀ। ବିଜେଡି ଛାଡ଼ିବା ପରେ ଦଳର ନେତୃବୃନ୍ଦଙ୍କ ଉପରେ ପ୍ରବଳ ବର୍ଷିବା ସହ ବହୁ ଗୁମର ଖୋଲିଥିଲେ ସୁନନ୍ଦା।
ବିଜେଡିରେ ଅଫିସରମାନେ ଟିକେଟ ବାଣ୍ଟୁଥିବା ବେଳେ ତାଙ୍କ ଟିକେଟ ବବି ଦାସ କାଟି ଦେଇଥିବା ସିଧାସଳଖ କହିଥିଲେ। ନିଜେ ଟିକେଟ ପାଇ ନ ଥିଲେ ବି ଫଳାଫଳ ଯାହା ଆସିଲା ସେଥିରେ ସେ ଖୁବ୍ ଖୁସି ଥିବା ସହ ଜଗନ୍ନାଥଙ୍କୁ ଧନ୍ୟବାଦ ଜଣାଇଥିଲେ ସୁନନ୍ଦା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ସଞ୍ଜୟଙ୍କ ଦାବି, ସେପ୍ଟେମ୍ବରରେ ଅବସର ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ସଞ୍ଜୟ କହିଛନ୍ତି ଯେ ଗତ ୧୦-୧୧ ବର୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବେବି ଆରଏସ୍ଏସ୍ ମୁଖ୍ୟାଳୟକୁ ଯାଇନଥିଲେ। କିନ୍ତୁ ଏବେ ଯିବା ପଛରେ ତାଙ୍କ ଅବସର ଯୋଜନା ହିଁ ରହିଛି।

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।

Politics
ଆକ୍ସନମୋଡରେ ଏନଏଚଆରସି: କିଟ୍ ଅବହେଳା ପାଇଁ ନେପାଳୀ ଛାତ୍ରୀ କରିଛନ୍ତି ଆତ୍ମହତ୍ୟା, ମୁଖ୍ୟ ସଚିବ-ନାକ୍-ୟୁଜିସିକୁ ମାଗିଲେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
ଆୟୋଗ ମାର୍ଚ୍ଚ ୨୭ତାରିଖରେ ୪ସପ୍ତାହସୁଦ୍ଧା କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ ଦେବା ସହ କିଟ୍ କର୍ତ୍ତୃପକ୍ଷଙ୍କ ଅବହେଳା ହିଁ ନେପାଳୀ ଛାତ୍ରୀଙ୍କୁ ଆତ୍ମହତ୍ୟା ନିମନ୍ତେ ପ୍ରରୋଚିତ କରିଥିବା କହିଛନ୍ତି ।