Advertisment

ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି

୨୦୦୪ ମସିହାରେ ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ସୁରମା ବିଜେପିରୁ ଲଢ଼ିଥିଲେ। ଆଉ ବିଜୟୀ ହୋଇଥିଲେ। ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।

Surama Padhi

Surama Padhi

Advertisment

ବିଜେପି ବିଧାୟକ ସୁରମା ପାଢ଼ୀ ହେବେ ଓଡ଼ିଶା ବିଧାନସଭାର ବାଚସ୍ପତି। ନୂଆ ମନ୍ତ୍ରିମଣ୍ଡଳ ଗଠନ ପରେ ତାଙ୍କ ନାଁକୁ ଚର୍ଚ୍ଚା ହେଉଛି। ସୁରମା ହେଉଛନ୍ତି ନୟାଗଡ଼ ଜିଲ୍ଲା ରଣପୁର ନିର୍ବାଚନମଣ୍ଡଳୀର ବିଧାୟକ। ଦ୍ୱିତୀୟ ଥର ପାଇଁ ସେ ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି।

Advertisment

ସୁରମା ପାଢ଼ୀ ୧୯୬୦ ମସିହାର ଡିସେମ୍ବର ୨୯ ତାରିଖରେ ଜନ୍ମଗ୍ରହଣ କରିଥିଲେ। ସେ ଗୃହ ବିଜ୍ଞାନରେ ସ୍ନାତକୋତ୍ତର ଓ ଉତ୍କଳ ବିଶ୍ୱବିଦ୍ୟାଳୟରୁ ଓକିଲାତି ପଢ଼ିଥିଲେ। ୧୯୮୮ ମସିହାରେ ଭାରତୀୟ ଜନତା ପାର୍ଟିରେ ଯୋଗଦେଇଥିଲେ। ୧୯୯୮ ମସିହାରେ ସେ ବିଜେପି ରାଜ୍ୟ ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ। ୨୦୦୦ ମସିହା ପର୍ଯ୍ୟନ୍ତ ସେ ସେହି ପଦବୀରେ ରହିଥିଲେ। ୨୦୦୦ ମସିହାରେ ସେ ଜାତୀୟ ଭାରତୀୟ ଜନତା ପାର୍ଟି ମହିଳା ମୋର୍ଚ୍ଚାର ସଭାପତି ହୋଇଥିଲେ।

୨୦୦୪ ମସିହାରେ ରଣପୁର ବିଧାନସଭା ନିର୍ବାଚନମଣ୍ଡଳୀରୁ ସୁରମା ବିଜେପିରୁ ଲଢ଼ିଥିଲେ। ଆଉ ବିଜୟୀ ହୋଇଥିଲେ। ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ସେ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ୨୦୦୯, ୨୦୧୪ ଓ ୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱୀତା କରି ପରାଜିତ ହୋଇଥିଲେ। ଚଳିତ ନିର୍ବାଚନରେ ପୁଣି ଥରେ ଲଢ଼ି ସେ ବିଜୟୀ ହୋଇଛନ୍ତି।

Advertisment
Bjp
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe