Advertisment

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି

ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି।

author-image
Tapaswini Nayak
Rajya sabha

Rajya sabha

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। ଆଜିଠାରୁ ଫେବ୍ରୁଆରୀ ୧୫ ଯାଏ ପ୍ରାର୍ଥୀ ମାନେ ନାମାଙ୍କନ ପତ୍ର ଦାଖଲ କରିବେ। ଫେବୃଆରୀ ୧୬ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ ହେବ।

Advertisment

ସେହିପରି ୨୦ ଫେବୃଆରୀ ସୁଦ୍ଧା ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିପାରିବେ। ୨୭ ଫେବୃଆରୀ ସକାଳ ୯ଟା ରୁ ୪ଟା ଯାଏ ଭୋଟ ଗ୍ରହଣ ହେବ। ସେହିଦିନ ଅପରାହ୍ନ ୫ ଟାରୁ ଭୋଟ ଗଣତି କରାଯିବ। ଓଡ଼ିଶାର ତିନି ରାଜ୍ୟ ସଭା ସିଟ ପାଇଁ ନିର୍ବାଚନ ହେବ।

ଆସନ୍ତା ଏପ୍ରିଲ ୩ରେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ବିଜେଡି ସାଂସଦ ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟ କାଳ ସରୁଛି। ଓଡ଼ିଶା ସମେତ ୧୫ଟି ରାଜ୍ୟର ୫୬ ଜଣ ସଦସ୍ୟଙ୍କ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ୩ ସଦସ୍ୟଙ୍କ ପାଇଁ ଶାସକ ବିଜେଡି ପାଖରେ ସଂଖ୍ୟା ଗରିଷ୍ଠତା ରହିଛି।

Advertisment
Rajya Sabha Election