Rajya sabha
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି। ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ। ଆସନ୍ତା ୨୧ ତାରିଖ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ରହିଛି। ୨୨ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ କରାଯାଇ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ଘୋଷଣା କରାଯିବ।
୨୭ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ନାମାଙ୍କନ ପ୍ରତ୍ୟାହାର କରିପାରିବେ। ସେପ୍ଟେମ୍ବର ୩ ତାରିଖରେ ରାଜ୍ୟସଭା ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।
ସେହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ।
ଗତ ଜୁଲାଇ ୩୧ ତାରିଖରେ ରାଜ୍ୟସଭା ସାଂସଦ ପଦ ସହ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ। ଖାଲିପଡ଼ିଥିବା ଏହି ପଦବୀ ପାଇଁ ଉପନିର୍ବାଚନ ହେବାକୁ ଯାଉଛି। ତେବେ ଓଡ଼ିଶାରୁ କିଏ ରାଜ୍ୟସଭା ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି। ରାଜ୍ୟସଭା ସାଂସଦ ରେସରେ ସବୁଠାରୁ ଆଗରେ ରହିଛି ବିଜେପିରେ ସାମିଲ ହୋଇଥିବା ମମତା ମହାନ୍ତଙ୍କ ନାଁ। ଏହାସହ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନାଁକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1723601746.jpg)