Advertisment

ଆଉ ରହିବନି ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’, ଉଚ୍ଛେଦ କଲେ ବିଜେପି ସରକାର

ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ  ଏବଂ ୨୦୨୩ ମେ ମାସରେ ଆଉ ୧୪ଟି ଜିଲ୍ଲାରେ ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ (ଏସଡିସି) ଗଠନ କରିଥିଲେ।

author-image
Ordigital Desk
ଅଦ୍ୟତନ ହୋଇଛି
Loka Seva Bhavan

Loka Seva Bhavan

ବିଜେଡି ସରକାର ସମୟରେ ଗଠନ ହୋଇଥିବା ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’କୁ ଆଜି ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ସମ୍ପୂର୍ଣ୍ଣ ଉଚ୍ଛେଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତାକୁ ମଧ୍ୟ ରାଜ୍ୟ ସରକାର ସମାପ୍ତ କରିଛନ୍ତି । ତତକାଳୀନ ବିଜେଡି ସରକାର ଆଦିବାସୀ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ୨୦୧୭ ମସିହାରେ ୯ଟି ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ  ଏବଂ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ‘ସ୍ୱତନ୍ତ୍ର ଉନ୍ନୟନ ପରିଷଦ’ ବା ସ୍ପେଶାଲ ଡେଭଲପମେଂଟ କାଉନସିଲ(ଏସଡିସି) ଗଠନ କରିଥିଲେ ।

Advertisment

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ରାଜ୍ୟର ସମସ୍ତ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଭଙ୍ଗ କରିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏ ସଂକ୍ରାନ୍ତ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି । ଏହାଦ୍ୱାରା ରାଜ୍ୟରେ ଥିବା ସମସ୍ତ ୨୩ଟି ସ୍ୱତନ୍ତ୍ର ଉନ୍ନୟନ ପରିଷଦର କାର୍ଯ୍ୟକାରିତା ସମାପ୍ତ ହୋଇଛି ।

ଉଲ୍ଲେଖଯୋଗ୍ୟ, ରାଜ୍ୟର ବିଜେଡି ସରକାର ୨୦୧୭ ମସିହାରେ ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଗଜପତି, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଗଠନ କରିଥିଲେ । ଏହାର ଅଧ୍ୟକ୍ଷ ଓ ସଦସ୍ୟ ପଦବୀରେ ବିଜେଡିର ନେତାମାନଙ୍କୁ ଥଇଥାନ କରାଯାଇଥିଲା । ପରବର୍ତ୍ତୀ ସମୟରେ ୨୦୨୩ ମେ’ ମାସରେ ଆଉ ୧୪ଟି ଜିଲ୍ଲାରେ ଏହି ପରିଷଦ ଗଠନ ହୋଇଥିଲା ।

Advertisment
BjD Bjp SDC