Advertisment

କାଲି ତୃତୀୟ ପର୍ଯ୍ୟାୟ ଭୋଟିଂ,ହେବ ବିଗ୍‌ ଫାଇଟ୍‌

ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ।

undefined

Vote

Advertisment

ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ।

Advertisment

ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ । ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ। ଭୁବନେଶ୍ବରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜ୍ ଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ।

Advertisment

ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ। ଏହି ସବୁ ସିଟ୍‌ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ।

ତୃତୀୟ ପର୍ଯ୍ୟାୟ ମତଦାନ ଲାଗି ରାଜ୍ୟରେ ମୋଟ୍ ୧୦ହଜାର ୫୫୧ ବୁଥ୍ କରାଯାଇଛି। ଏଥିରୁ ୨୦ ପ୍ରତିଶତ ବୁଥ୍ ସମ୍ବେଦନଶୀଳ। ୨ ହଜାର ମଡେଲ ବୁଥ୍ ରହିଛି। ମତାଧିକାର ସାବ୍ୟସ୍ତ କରିବେ ୯୪ ଲକ୍ଷରୁ ଅଧିକ ଭୋଟର। ଏମାନଙ୍କ ଭିତରେ ଅଛନ୍ତି ୪୮ ଲକ୍ଷରୁ ଅଧିକ ପୁରୁଷ ଓ ୪୬ ଲକ୍ଷରୁ ଅଧିକ ମହିଳା ମତଦାତା।

୬ ସଂସଦୀୟ କ୍ଷେତ୍ର ପାଇଁ ରଣାଙ୍ଗନାରେ ୬୪ ପ୍ରାର୍ଥୀ ଅଛନ୍ତି। ୪୨ ବିଧାନସଭା ଆସନରେ ଭାଗ୍ୟ ପରୀକ୍ଷା କରୁଛନ୍ତି ୩୮୩ ପ୍ରାର୍ଥୀ। ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସର୍ବାଧିକ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ ବା ସିଏପିଏଫ ମୁତୟନ ହେବେ। ଫୋକସରେ ରହିବ ଅନ୍ଧାରୀ ବିଜେ ରୋକିବା।

ସାଇଲେଣ୍ଟ ଆୱାର ଆରମ୍ଭ ହେବା କ୍ଷଣି ସବୁ ହୋଟେଲ୍, ଗେଷ୍ଟ ହାଉସରେ ଯାଞ୍ଚ କଡାକଡି କରାଯାଉଛି।

2024 General Election Loksabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe