Advertisment

୨୫ରେ ତୃତୀୟ ପର୍ଯ୍ୟାୟ ମତଦାନ, ଆଜି ସରୁଛି ପ୍ରଚାର

ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ।

author-image
Niharika Rout
Modi Road Show

Modi Road Show

ରାଜ୍ୟରେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ, ଏଥିପାଇଁ ଆଜି ସରୁଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ। ଏଥର କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ।

Advertisment

କଟକରେ ବିଜେପିର ଭର୍ତ୍ତୃହରି ମହତାବଙ୍କ ସହ ବିଜେଡିର ସଂତୃପ୍ତ ମିଶ୍ର ଏବଂ କଂଗ୍ରେସର ସୁରେଶ ମହାପାତ୍ରଙ୍କ ମଧ୍ୟରେ ଲଢ଼େଇ ହେବ, ପୁରୀରେ ସମ୍ବିତ ପାତ୍ର ଓ ଅରୁପ ପଟ୍ଟନାୟକଙ୍କ ମଧ୍ୟରେ କଡ଼ା ଟକ୍କର ହେବାକୁ ଥିବା ବେଳେ ସେମାନଙ୍କୁ କଡ଼ା ଟକ୍କର ଦେବେ ଜୟନାରାୟଣ ପଟ୍ଟନାୟକ । ଭୁବନେଶ୍ୱରରେ ଅପରାଜିତା ଷଡ଼ଙ୍ଗୀ ବନାମ୍ ମନ୍ମଥ ରାଉତରାୟ ଓ ତାସହ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ମଧ୍ୟରେ କଡ଼ା ଲଢ଼େଇ ହେବ।

ସେହିପରି ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବନାମ ବିଜେଡିର ପ୍ରଣବ ପ୍ରକାଶ ଦାସ ଏବଂ କଂଗ୍ରେସରୁ ପୂର୍ବତନ ସାଂସଦ ନଗେନ୍ଦ୍ର ପ୍ରଧାନଙ୍କ ଫାଇଟ୍ ହେବ। ଏହି ସବୁ ସିଟ୍ ରେ କଂଗ୍ରେସ ଗେମ୍ ଚେଞ୍ଜର ସାବ୍ୟସ୍ତ ହୋଇପାରେ।

Advertisment
2024 General Election Loksabha Election 2024 Odisha Assembly Election 2024