କଂଗ୍ରେସ ପ୍ରଗମନ୍ ମାଧ୍ୟମରେ ବିଧାନସଭା ନିର୍ବାଚନ ପାଇଁ ଏବେ ଯାଏଁ ୨୫ ଶହରୁ ଅଧିକ ଆବେଦନ ହୋଇଛି। ସେହିପରି ଲୋକସଭା ଆସନ ପାଇଁ ୬୭୦ ରୁ ଅଧିକ ଆବେଦନ ହୋଇଛି। ଏନେଇ ପିସିସି ପକ୍ଷରୁ ସୂଚନା ଦିଆଯାଇଛି। ଆଜି ପ୍ରଗମନର ଶେଷ ତାରିଖ। ଆବେଦନ ଶେଷ ପରେ ଆସନ୍ତା ୧୨ ଏବଂ ୧୩ ତାରିଖରେ ସ୍କୃଟିନି କରାଯିବ।
ପୁନର୍ବାର ୧୪ ଏବଂ ୧୫ ତାରିଖରେ ପ୍ରଗମନର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ୧୯ ରେ ପ୍ରଦେଶ କଂଗ୍ରେସ କମିଟିର ବୈଠକ ପରେ ତାଲିକା ଏଆଇସିସିକୁ ପଠାଯିବ। ପ୍ରଗମନ ମାଧ୍ୟମରେ ଉଚିତ୍ ନେତୃତ୍ୱ ଚୟନରେ ସୁବିଧା ହେବା ନେଇ ଆଶା ରଖିଛି କଂଗ୍ରେସ। ପୂର୍ବରୁ ପାଇଲଟ୍ ପ୍ରୋଜେକ୍ଟ ଭାବରେ ଗ୍ୱାଲିୟର ମେୟର ପଦବୀ ପାଇଁ ପ୍ରଗମନର ଆରମ୍ଭ ହୋଇଥିଲା।
Also Read
ସ୍ୱାଧୀନତାର ପରବର୍ତ୍ତୀ ସମୟରେ ପ୍ରଥମ ଥର ପାଇଁ କଂଗ୍ରେସ ମେୟର ଆସନ ବିଜୟ ହାସଲ କରିଥିଲା। ବିନା କୌଣସି ନେତୃତ୍ୱଙ୍କ ସୁପାରିଶରେ ସିଧାସଳଖ ପ୍ରାର୍ଥୀ ଚୟନ ହେଉଥିବାରୁ ନିର୍ବାଚନରେ ବିରାଟ ପରିବର୍ତ୍ତନ ଆଶା କରିଛି ଦଳ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଅଶୋକଙ୍କ ‘ଧର୍ମପଦ’ ଉପାଖ୍ୟାନ: ବିଜେଡିକୁ ସୁଦୃଢ଼ ପାଇଁ ଦେଲେ ଗୁରୁମନ୍ତ୍ର, ବ୍ୟକ୍ତିଗତ ମତ କହି ସଞ୍ଜୟଙ୍କ ବିରୋଧ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କ ଦଳ ବିଜେଡିକୁ ସୁଦୃଢ଼ କରିବାର ଗୁରୁମନ୍ତ୍ର ଦେଇଛନ୍ତି । ହୋଲି ପାଳନ ଅବସରରେ ଗଣମାଧ୍ୟମକୁ ଯେଉଁ ବୟାନ ଦେଇଛନ୍ତି ତାହା ସେ ନବୀନ ନିବାସକୁ ମଧ୍ୟ ଜଣାଇଥିବା ସ୍ପଷ୍ଟ କରିଛନ୍ତି । ଶ୍ରୀ ପଣ୍ଡା ‘ଧର୍ମପଦର ତ୍ୟାଗ’ର ଉଦାହରଣ ଦେଇ କହିଛନ୍ତି ଯେ, ବାରଶହ ବଢ଼େଇରେ ଦାୟ ନା ପୁଅରେ ଦାୟ’ ।

Politics
ବିଜେଡିରେ ବଢ଼ିଲାଣି ବବିଙ୍କ ମାମଲାତି: ଦେବୀ ‘ଶିଶୁପାଳ’, ପ୍ରତାପ‘ସାରଥୀ’, ହଜାରିବାଗରେ ହାଜିରା
ଦେବୀଙ୍କ ଅଜାଣତରେ ତାଙ୍କ ଜିଲ୍ଲା କଟକରେ ଓ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଗୋଚରରେ ତାଙ୍କ ଜିଲ୍ଲା ସମ୍ବଲପୁରରେ ସାଂଗଠନିକ ନିର୍ବାଚନ ପାଇଁ ‘ଜିଲ୍ଲା ରିଟର୍ଣ୍ଣିଂ ଅଫିସର’ ନିଯୁକ୍ତି ଦିଆଯିବା ସିଧାସଳଖ ଏହି ନେତାମାନଙ୍କୁ ନିଜ ସଂଗଠନରେ ‘ଶିଶୁପାଳ’ ଭୂମିକାରେ ଅବତୀର୍ଣ୍ଣ କରାଇ ଦେଇଥିବା ଚର୍ଚ୍ଚା ହେଲାଣି ।

Politics
ରାଜା ଚକ୍ର ଗିରଫ: କ୍ରାଇମବ୍ରାଞ୍ଚ ଦେଲା କଳାଚିଠାର ତାଲିକା, ବଢ଼ିଲା ବିଜେଡିର ପ୍ରଭାବଶାଳୀଙ୍କ ଅଡ଼ୁଆ
ରାଜାଙ୍କ ଗିରଫ ପରେ ଘସିପୁରା ବିଧାୟକ ତଥା ରାଜାଙ୍କୁ ରାଜନୀତିକୁ ଆଣିଥିବା ବଦ୍ରିନାରାୟଣ ପାତ୍ରଙ୍କ ବୟାନ ବେଶ୍ ଗୁରୁତ୍ୱ ବହନ କରୁଛି । ବଦ୍ରି କହିଛନ୍ତି ଯେ ରାଜା ଚକ୍ରଙ୍କ କଥାରେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି କାମ କରୁଥିଲେ । ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ।
Politics
ବିଧାନସଭାରେ କଳଙ୍କିତ ଅଧ୍ୟାୟ: ଶାସକ-ବିରୋଧୀ ବିଧାୟକ ଧସ୍ତାଧସ୍ତି, ତାରା ନିଲମ୍ବିତ
ଓଡ଼ିଶାରେ ମିଶିବା ଏକ ଐତିହାସିକ ଭୁଲ୍ ବୋଲି କହି ରାଜ୍ୟ ବିଭାଜନ ବୟାନ ଦେଇଥିବା ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଆଜି ୪ଦିନ ପରେ ପୁଣିଥରେ ମୁହଁ ଖୋଲିଛନ୍ତି । ସେ ତାଙ୍କର ଆଭିମୁଖ୍ୟରେ ଅଟଳ ଅଛନ୍ତି ଓ ମତ ପରିବର୍ତ୍ତନ କରିବେ ନାହିଁ ବୋଲି ଆଜି ରୋକଠୋକ୍ ଗଣମାଧ୍ୟମ ଆଗରେ ସୂଚନା ଦେଇଛନ୍ତି ।

Politics
ମୁଖ୍ୟମନ୍ତ୍ରୀଙ୍କୁ କିଏ କରୁଛି ବଦନାମ: ବିଧାନସଭାରେ ଗୃହ ବିଭାଗର ଦାୟିତ୍ୱହୀନ ଉତ୍ତରକୁ ନେଇ ଚର୍ଚ୍ଚା
ମୁଖ୍ୟମନ୍ତ୍ରୀଙ୍କ ମୁହଁରେ ବିଧାନସଭାରେ ଗୃହବିଭାଗ ଯେଉଁ ଲିଖିତ ଉତ୍ତର ରଖୁଛି ତାକୁ ପ୍ରସ୍ତୁତ କରୁଛି କିଏ? ବିଧାନସଭା ଭଳି ପବିତ୍ର ଗୃହରେ ଏଭଳି ଦାୟିତ୍ୱହୀନ ଓ ଅରୁଚିକର ଲିଖିତ ଉତ୍ତର ରଖିବାକୁ ପ୍ରଶାସନିକ କଳ ସାହାସ ଜୁଟାଉଛି କେମିତି?