/odisha-reporter/media/post_attachments/uploadimage/library/16_9/16_9_0/Congress_1709258504.jpg)
Congress
ଆଜି ନବୀନ ନିବାସ ଘେରିବ ଯୁବ କଂଗ୍ରେସ। ଦୁର୍ନୀତି ଓ ଭ୍ରଷ୍ଟାଚାର ପ୍ରତିବାଦରେ ଆନ୍ଦୋଳନକୁ ଓହ୍ଲାଇବ ଦଳ। ଦୀର୍ଘ ୨୪ ବର୍ଷ ମଧ୍ୟରେ ରାଜ୍ୟରେ ଦୁର୍ନୀତି ଏବଂ ଭ୍ରଷ୍ଟାଚାର ବଢି ଚାଲିଛି। ଏବଂ ରାଜ୍ୟ ସରକାର ଯୁବକମାନଙ୍କ ସହ ପ୍ରତାରଣା କରିଛନ୍ତି ବୋଲି କଂଗ୍ରେସ ଅଭିଯୋଗ ଆଣିଛି।
Advertisment
ସେହିଭଳି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଜୁ ଯୁବ ବାହିନୀ ନିର୍ମାଣ କରିଥିଲେ। ଏବେ ସେହି ବାହିନୀ କେଉଁଠାରେ ବୋଲି ମଧ୍ୟ ପ୍ରଶ୍ନ କରିଛି କଂଗ୍ରେସ। କେବଳ ନିର୍ବାଚନକୁ ଆଖି ଆଗରେ ରଖି ସରକାର ଯୁବକମାନଙ୍କୁ ସ୍ୱୟମ ଯୋଜନାରେ ୧ ଲକ୍ଷ ଟଙ୍କା ଋଣ ଦେଉଛନ୍ତି।
କିନ୍ତୁ ଯୁବକମାନଙ୍କୁ ଚାକିରୀ ଦରକାର, ଋଣ ଦରକାର ନୁହେଁ ବୋଲି କହିଛନ୍ତି ଯୁବ କଂଗ୍ରେସ ସଭାପତି। ତେବେ ଏ ନେଇ ବିଜେଡି କି ରାଜ୍ୟ ସରକାରଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା
ମିଳିପାରିନାହିଁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
