Advertisment

ବିଧାୟକମାନଙ୍କ ପାଠଶାଳା ଆରମ୍ଭ; ବୟକଟ୍‌ କଲେ ବିଜେଡି ଓ କଂଗ୍ରେସ

ବିଧାନସଭାରେ ବିଧାୟକଙ୍କ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଚାଲିବ ଏହି ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ।

Orientation programme foe mlas

Orientation programme foe mlas

Advertisment

ଆରମ୍ଭ ହେଲା ନୂଆ ବିଧାୟକମାନଙ୍କ ପାଠଶାଳା। ବିଧାନସଭାରେ ବିଧାୟକଙ୍କ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରନ ରିଜିଜୁ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଚାଲିବ ଏହି ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ ।

Advertisment

୧୭ତମ ବିଧାନସଭାର ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟଙ୍କ ସମତେ ବିଜେପି ବିଧାୟକମାନେ ଉପସ୍ଥିତ ଅଛନ୍ତି ।

ଆଜି କେନ୍ଦ୍ରମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ପୂର୍ବତନ ମନ୍ତ୍ରୀ ତଥା ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପୂର୍ବତନମନ୍ତ୍ରୀ ପ୍ରଫୁଲ୍ଲ ଘଡେଇ ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କର ଗୋଟିଏ ଗୋଟିଏ ସେସନ ରହିଛି । ଏଥିରେ ବରିଷ୍ଠମାନେ ନିଜର ଅଭିଜ୍ଞତା ବାଣ୍ଟିବେ । ନୂଆ ବିଧାୟକଙ୍କୁ କାର୍ଯ୍ୟ ସମ୍ପାଦନ ନିମନ୍ତେ ଟିପ୍ସ। 

Advertisment

ଏଥର ୮୪ ଜଣ ନୂଆ ବିଧାୟକ ଅଛନ୍ତି। ତେଣୁ ସେମାନେ ବିଧାନସଭାରେ କିପରି ନିଜକୁ ଉପସ୍ଥାପିତ କରିବେ, ନିଜ କାର୍ଯ୍ୟ ସମ୍ପାଦନ କରିବେ ସେ ନେଇ ଜ୍ଞାନ ଦିଆଯିବ । ବିଭିନ୍ନ କାର୍ଯ୍ୟକ୍ରମରେ କିପରି ନିଜେ ଅଂଶଗ୍ରହଣ କରି ନିଜକୁ ଉପସ୍ଥାପିତ କରିବେ ତାହା ଉପରେ ଜ୍ଞାନ ଦିଆଯିବ ।  

ବିଧାନସଭା ରୁଲ୍ ଓ ପ୍ରୋସିଡିଂ ବିଷୟରେ ବିଧାୟକଙ୍କୁ ଅବଗତ କରିବେ । ବିଧାନସଭାରେ ଭଲ ପ୍ରଦର୍ଶନ ପାଇଁ ମନ୍ତ୍ର ଦେବେ । ତେବେ ବିଜେଡି ଓ କଂଗ୍ରେସ ଏହି କାର୍ଯ୍ୟକ୍ରମକୁ ବୟକଟ୍‌ କରିଛନ୍ତି ।

କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବା ବେଳେ ବିରୋଧୀ ଦଳ ନେତା କିମ୍ବା ବିଜେଡିର କୌଣସି ବିଧାୟକ ଯୋଗ ଦେଇନାହାନ୍ତି । ବିଜେପି କହିଛି, କୌଣସି ରାଜନୈତିକ କାର୍ଯ୍ୟକ୍ରମ ନୁହେଁ । କିରଣ ରିଜଜୁ କେନ୍ଦ୍ରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ହୋଇଥିବା ବେଳେ ସେ ବହୁଥରର ନିର୍ବାଚିତ ପ୍ରତିନିଧୀ। ତେଣୁ ସେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କଲେ କିଛି ଅସୁବିଧା ନାହିଁ ବୋଲି ବିଜେପି ପକ୍ଷରୁ କୁହାଯାଇଛି। ମାତ୍ର ବିରୋଧୀମାନେ ଅଯଥା ପ୍ରସଙ୍ଗକୁ ଅପ୍ରସଙ୍ଗ କରି ନୂଆ ବିଧାୟକଙ୍କୁ ଏହି କାର୍ଯ୍ୟକ୍ରମରୁ ବଞ୍ଚିତ କରୁଛନ୍ତି ।

Bjp BjD Congress
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe