Advertisment

ବାଚସ୍ପତିଙ୍କ ପୋଡିୟମକୁ ଡାଲି ଫିଙ୍ଗି ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ ସସ୍‌ପେଣ୍ଡ

ଗୃହ ମଧ୍ୟଭାଗରେ ପ୍ରଥମେ ହୋହଲ୍ଲା କରିଥିଲେ ବିଜେପି ସଦସ୍ୟ

ଅଦ୍ୟତନ ହୋଇଛି
Mohan and Mukesh

Mohan and Mukesh

Advertisment

ବାଚସ୍ପତିଙ୍କ ପୋଡ଼ିୟମକୁ ଡାଲି ଫିଙ୍ଗି ସସ୍‌ପେଣ୍ଡ ହୋଇଛନ୍ତି ୨ ବିଜେପି ବିଧାୟକ ମୋହନ ମାଝୀ ଓ ମୁକେଶ ମହାଲିଙ୍ଗ। ଚଳିତ ଅଧିବେଶନ ଶେଷ ପର୍ଯ୍ୟନ୍ତ ସେମାନଙ୍କୁ ସସ୍‌ପେଣ୍ଡ କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ। ମୋହନ ମାଝୀ ବିଧାନସଭାରେ ବିରୋଧୀ ଦଳର ମୁଖ୍ୟ ସଚେତକ ଅଛନ୍ତି। 

Advertisment

ଗୃହ ମଧ୍ୟଭାଗରେ ପ୍ରଥମେ ହୋହଲ୍ଲା କରିଥିଲେ ବିଜେପି ସଦସ୍ୟ। ତା’ପରେ ପଲିଥିନରେ ଆଣିଥିବା ଡାଲି ଦେଖାଇ ପୋଡିୟମକୁ ଫିଙ୍ଗିଥିଲେ।

ଦୁଇ ବିଧାୟକଙ୍କୁ ସସ୍‌ପେଣ୍ଡ ନେଇ ବାଚସ୍ପତି ପ୍ରମିଳା ମଲ୍ଲିକ କହିଛନ୍ତି,  ଉଭୟଙ୍କ ଆଚରଣରେ କ୍ଷୁବ୍ଧ ହୋଇ ଗୃହ ଏଭଳି ନିଷ୍ପତ୍ତି ନେଇଛି। ସମ୍ବିଧାନ ବିଧି ଅନୁସାରେ ଓ ଗୃହର ମତ ନେଇ ସସ୍‌ପେଣ୍ଡ କରାଯାଇଛି।

Advertisment

ସେପଟେ ମୋହନ ମାଝୀ କହିଛନ୍ତି, ବିନା ଦୋଷରେ ସସ୍‌ପେଣ୍ଡ କରାଯାଇଛି। ମୁଁ ଡାଲି ଫୋପାଡ଼ିନି କି ଉପହାର ମଧ୍ୟ ଦେଇନି। ଏ ନିଷ୍ପତ୍ତି ନିନ୍ଦନୀୟ। ଏହାର ଘୋର ପ୍ରତିବାଦ କରିବୁ।

ବିଧାୟକ ମୁକେଶ ମହାଲିଙ୍ଗ କହିଛନ୍ତି, ଡାଲି ଏକ ସିମ୍ବଲ। ବିରୋଧୀ ଦଳ ନେତାଙ୍କୁ ମନ୍ତବ୍ୟ ଦେବାକୁ ସୁଯୋଗ ଦିଆଯାଉନି। ତେଣୁ ଆମେ ଏହାର ପ୍ରତିବାଦ କରିଥିଲୁ। ସେ ଡାଲି ଭଲ ପାଉଥିବାରୁ ତାଙ୍କୁ ଡାଲି ଉପହାର ଦେଉଥିଲୁ। ବାଚସ୍ପତି ନିର୍ଦ୍ଦଳୀୟ ନିଷ୍ପତ୍ତି ନେବା କଥା। କିନ୍ତୁ ସେ ସେମିତି କରୁନାହାନ୍ତି। ସେ ନିରପେକ୍ଷ ହେଉ ନଥିବାରୁ ପ୍ରତିବାଦରେ ଡାଲି ଉପହାର ଦେଉଥିଲୁ। ତାଙ୍କ ପ୍ରତି ଆମର ଅସମ୍ମାନ ନାହିଁ। ତାଙ୍କୁ ଡାଲି ଉପହାର ଦେଉଥିଲୁ।

ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ବିରୋଧୀ ଦଳ ନେତାଙ୍କୁ ସେମାନେ ମେଣ୍ଟାଲ ଡିଜ୍‌ଅର୍ଡର କହିଲେ। ଏହାକୁ ବିବରଣୀରୁ ବାଦ୍‌ ଦେବାକୁ କହିଲୁ, କିନ୍ତୁ ବାଚସ୍ପତି ଗ୍ରହଣ କଲେନି। ବାଚସ୍ପତି ନିରପେକ୍ଷ ନୁହନ୍ତି। ତାଙ୍କ ନିରପେକ୍ଷତା ଆମେ ଦେଖିପାରୁନୁ। ବାଚସ୍ପତି ଦଳର କର୍ମକର୍ତ୍ତା ଭଳି ଆଚରଣ କରୁଛନ୍ତି। ବାଚସ୍ପତି ନିଜେ ସସ୍‌ପେଣ୍ଡ ହେବା କଥା, ସେ କ’ଣ ସସ୍‌ପେଣ୍ଡ କରୁଛନ୍ତି। ଏ ସସ୍‌ପେଣ୍ଡକୁ ଆମେ ଭ୍ରୁକ୍ଷେପ କରୁନୁ। ଆମ ପ୍ରତିବାଦ ଜାରି ରହିବ। 

Bjp Odisha Assembly Monsoon Session Mohan Majhi
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe