ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୮ରୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହେବ । ରାଜ୍ୟର ସାମ୍ପ୍ରତିକ ରାଜନୀତିକ ଓ ସାମାଜିକ ପ୍ରସଙ୍ଗରେ ଏହି ବୈଠକ ହେବ ବୋଲି ଜଣାପଡ଼ିଛି ।
ଦଳ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଏହି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆସନ୍ତା ୨୮ତାରିଖ ଅପରାହ୍ନରେ ଅନୁଷ୍ଠିତ ହେବ । ଏହି ବୈଠକରେ ରାଜ୍ୟ ସହପ୍ରଭାରୀ ବିଜୟପାଲ ସିଂ ତୋମର, ଦଳର ସମସ୍ତ ବିଧାୟକ ଓ ସାଂସଦ, ଓଡ଼ିଶାର ସମସ୍ତ ରାଷ୍ଟ୍ରୀୟ ପଦାଧିକାରୀଗଣ, ରାଜ୍ୟ କର୍ମକର୍ତ୍ତା, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଓ ବିିଭିନ୍ନ ମୋର୍ଚ୍ଚାର ସଭାପତିମାନେ ସାମିଲ ହେବେ ।
ସେହିପରି କଂଗ୍ରେସ ନେତା ରଞ୍ଜିବ ବିଶ୍ୱାଳଙ୍କ ମାଲିକାନାରେ ଥିବା ଫୁଲନଖରାର କୁରାଙ୍ଗସ୍ଥିତ ‘ମୀରା କୋର୍ଟୟାର୍ଡ’ଠାରେ ୨୯ତାରିଖରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସିବ । ଏହି ବୈଠକରେ ମଧ୍ୟ ଦଳର ସମସ୍ତ ପଦାଧିକାରୀ ଓ କର୍ମକର୍ତ୍ତାମାନେ ସାମିଲ ହେବେ ବୋଲି ସୂଚନା ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।