Mohan charan majhi
ଆଜିଠୁ ବିଜେପିର ଦୁଇ ଦିନିଆ ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ବସିବ। ପ୍ରସ୍ତୁତ ହେବ ନୂଆ ସରକାରଙ୍କ ରୋଡମ୍ୟାପ୍। ପୁରୀରେ ଆୟୋଜିତ କାର୍ଯ୍ୟକାରିଣୀକୁ ଉଦଘାଟନ କରିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ।
କେନ୍ଦ୍ରରେ ତୃତୀୟ ଥର ମୋଦି ସରକାର ଓ ରାଜ୍ୟରେ ପ୍ରଥମ ଥର ବିଜେପି ସରକାର ଗଠନ ପରେ ବସୁଛି କାର୍ଯ୍ୟକାରିଣ। ସାଂପ୍ରତିକ ରାଜନୈତିକ ପରିସ୍ଥିତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇ ବୈଠକରେ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବ।
କାର୍ଯ୍ୟକାରିଣୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ରମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ, ରାଜ୍ୟ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ ଓ ବିଧାୟକ ସାମିଲ ହେବେ। ସେହିପରି ବିଜେପି କ୍ଷେତ୍ରୀୟ ପ୍ରଭାରୀ ସୁନିଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂହ ତୋମାର, ସହପ୍ରଭାରୀ ଲତା ଉସେଣ୍ଡିଙ୍କ ସମେତ ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ସାଧାରଣ ସଂପାଦକ, ଲୋକସଭା ସଂଯୋଜକ ଓ ପ୍ରଭାରୀ, ବିଧାନସଭା ସଂଯୋଜକ ଓ ପ୍ରଭାରୀ, ବିଭିନ୍ନ ମୋର୍ଚ୍ଚାର ରାଜ୍ୟ ପଦାଧିକାରୀମାନେ ଯୋଗ ଦେବେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploadimage/library/16_9/16_9_0/IMAGE_1721355650.jpg)