Advertisment

ବିକ୍ରମଙ୍କ ପରେ ସମୀର ଓ ଶ୍ରୀକାନ୍ତଙ୍କ ଇସ୍ତଫା

ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ ଆରୁଖ ଆଜି ପ୍ରଥମେ ଇସ୍ତଫା ଦେଇଥିଲେ। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ଗଣମାଧ୍ୟମକୁ ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି।

author-image
Manoranjan Sial
ଅଦ୍ୟତନ ହୋଇଛି
Samir and Srikant

Samir and Srikant

ବାଚସ୍ପତିଙ୍କ ପରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି। ଆଜି ଉଭୟ ନିଜର ଇସ୍ତଫାପତ୍ର ଉପବାଚସ୍ପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ତେବେ କେଉକାରଣରୁ ଦୁଇ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ଜଣାପଡ଼ି ନାହିଁ।

Advertisment

ଓଡ଼ିଶା ବିଧାନସଭାର ବାଚସ୍ପତି ବିକ୍ରମ ଆରୁଖ ଆଜି ପ୍ରଥମେ ଇସ୍ତଫା ଦେଇଥିଲେ। ବ୍ୟକ୍ତିଗତ କାରଣରୁ ସେ ଇସ୍ତଫା ଦେଇଥିବା କହିଛନ୍ତି। ଗଣମାଧ୍ୟମକୁ ସେ କହିଛନ୍ତି, ଦଳ ଯେତେବେଳେ ଯେଉଁ ଦାୟିତ୍ୱ ଦେଇଛି, ମୁଁ ନିର୍ବାହ କରିଛି। ଭବିଷ୍ୟତରେ ଯାହା ଦାୟିତ୍ୱ ମିଳିବ, ତାକୁ ନିର୍ବାହ କରିବି। ଦଳରେ ବା ସରକାରରେ ଯେଉଁ ଦାୟିତ୍ୱ ମିଳିବ, ତୁଲାଇବି ବୋଲି ଶ୍ରୀ ଆରୁଖ କହିଛନ୍ତି।

ବାଚସ୍ପତି ଓ ଦୁଇ ମନ୍ତ୍ରୀଙ୍କ ଇସ୍ତଫା ପରେ ଖୁବ୍‌ଶୀଘ୍ର ମନ୍ତ୍ରିମଣ୍ଡଳ ଅଦଳ ବଦଳ ହୋଇପାରେ। ମିଳିଥିବା ସୂଚନାରୁ ଅନୁସାରେ ନୂଆ ମନ୍ତ୍ରିମଣ୍ଡଳରେ ନୂଆ ଚେହେରାଙ୍କୁ ସ୍ଥାନ ଦିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି। 

Advertisment
BjD Bjd Leader