‘ଓଡ଼ିଶାରେ ମହାଲ ମାଣ୍ଡାମାନେ ମାତିଛନ୍ତି’ | Odisha Reporter
ରାଜ୍ୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ଚୟନ ପରୀକ୍ଷାରେ ଦୁର୍ନୀତି ଅଭିଯୋଗ ଆସିବା ପରେ ପରୀକ୍ଷା ଫଳ ଉପରେ ହାଇକୋର୍ଟ ଅନ୍ତରୀଣ ରୋକ୍ ଲଗାଇଛନ୍ତି। ଏପଟେ ଏହି ପ୍ରସଙ୍ଗରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମୁହାଁମୁହିଁ ହୋଇଛନ୍ତି। ଶନିବାର ଦିନ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ‘ଶକ୍ତିବନ୍ଦନ’ କାର୍ଯ୍ୟକ୍ରମରେ ରାଜ୍ୟ ସରକାରଙ୍କୁ ଶାଣିତ ସମାଲୋଚନା କରି କହିଛନ୍ତି ଯେ, ଓଡ଼ିଶା ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ସହ ରାଜ୍ୟ ସରକାର ଖେଳୁଛନ୍ତି । ଓଡ଼ିଆ ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲି ଦେଇଥିବା ମାହାଲ ମଣ୍ଡାଙ୍କୁ ଜବାବ ଦିଅନ୍ତୁ ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
