Advertisment

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

କେନ୍ଦ୍ର ଅର୍ଥ ମନ୍ତ୍ରୀ ‘ମୋ ମାଟି ମୋ ଦେଶ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ।

ଅଦ୍ୟତନ ହୋଇଛି
puri

puri

Advertisment

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଆଜି ସକାଳେ ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା। ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରି ବେହରଣ ଦ୍ୱାର ଦେଇ ଫେରି ଥିଲେ। ପରେ ମୁକ୍ତିମଣ୍ଡପରେ ପ୍ରଣାମ କରି ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ। ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ପାଟଅଗଣା ଦେଇ ବାହାରକୁ ଆସିଥିଲେ।  ଶ୍ରୀଜିଉଙ୍କୁ ଦର୍ଶନ କରି ବିମୋହିତ ହୋଇଯାଇଛନ୍ତି ବୋଲି କହିଛନ୍ତି। 

Advertisment

ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର,ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଗତକାଲି ରାତିରେ ନିର୍ମଳା ସୀତାରମଣ ପୁରୀରେ ରାତ୍ରିଯାପନ କରିଥିଲେ।

ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିରେ ତିନିହଜାର ଛାତ୍ରଛାତ୍ରୀ ସାମିଲ ହେବେ। ଏହାପରେ ୧୦ଟା ୩୦ ରୁ ୧୧ଟା ୧୫ ମଧ୍ୟରେ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଗାଁ ବୀରହରେକୃଷ୍ଣପୁରକୁ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

Advertisment

ଉଭୟ କେନ୍ଦ୍ରମନ୍ତ୍ରୀଙ୍କୁ ବୀରହରେକୃଷ୍ଣପୁର ଠାରେ ସଂକୀର୍ତ୍ତନ ମଣ୍ଡଳୀ ଜରିଆରେ ଜୋରଦାର ସ୍ୱାଗତ କରାଯିବ। ଏହା ପରେ ଭୁବନେଶ୍ୱର ଫେରି ଦୁଇଟି କାର୍ଯ୍ୟକ୍ରମରେ ସାମିଲ ହେବେ। ଅପରାହ୍ଣରେ କୁଇ ଓ ଦେଶିଆ ଭାଷାରେ ଲିଖିତ ପୁସ୍ତକର ଉନ୍ମୋଚନ ସହ ୨୦ତମ ‘ନ୍ୟାସନାଲ୍ ଚାର୍ଟାଡ୍ ଆକାଉଣ୍ଟ’ କନଫରେନସରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Bjp Puri Shreemandir Puri
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe