Advertisment

ଆଜି ହାଇଭୋଲଟେଜ ପ୍ରଚାର; ମଇଦାନକୁ ଓହ୍ଲାଇବେ ନଡ୍ଡା, ଯୋଗୀ, ହିମନ୍ତ

ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି।

ଅଦ୍ୟତନ ହୋଇଛି
jp nadda and yogi adityanath

jp nadda and yogi adityanath

Advertisment

ରାଜ୍ୟରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଇଦାନରେ ଜଣଙ୍କ ପରେ ଜଣେ କେନ୍ଦ୍ରୀୟ ନେତା। ହେଭିୱେଟଙ୍କ ପ୍ରଚାରରେ ଜମୁଛି ନିର୍ବାଚନୀ ମାହୋଲ୍। ଆଜି ଓଡ଼ିଶା ଆସିବେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ସେ କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଅନ୍ତର୍ଗତ ସାଲେପୁର ନିର୍ବାଚନ ମଣ୍ଡଳୀ ଓ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରିବେ। ପ୍ରଥମେ ସାଲେପୁରର କୁଳିଆରେ ଜନସଭାକୁ ଉଦବୋଧନ ଦେବେ ଯୋଗୀ ।

Advertisment

ଏଥିରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ସାମିଲ ହେବେ। ଏହାସହିତ ୭ଟି ଯାକ ବିଧାନସଭା ଆସନ ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର ଏବଂ ମହାକାଳପଡ଼ାର ବିଧାୟକ ପ୍ରାର୍ଥୀ ମାନେ ବି ଉପସ୍ଥିତ ରହିବେ।

ଯୋଗୀଙ୍କ ବ୍ୟତୀତ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଧ୍ୟ ଓଡ଼ିଶା ଆସୁଛନ୍ତି। କରଞ୍ଜିଆ, ଧାମନଗର, ବଡ଼ଚଣା, ବାଲିକୁଦା ସଭାରେ ଯୋଗ ଦେବେ ନଡ୍ଡା। ସେହିପରି ବିଶ୍ୱଶର୍ମା ଦେବଗଡ଼, ବଡବିଲ, ଚୌଦ୍ୱାର ଓ ବଡମ୍ବାରେ ସଭା କରିବେ।

Advertisment
2024 General Election Loka Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe