ଆଜି ଓଡ଼ିଶା ଆସିବେ ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏହି ଗ୍ରସ୍ତ ଅବସରରେ ଉଭୟ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।
ଭେଙ୍କୟା ନାଇଡ଼ୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଦିନ ୧୦ଟା ୧୫ରେ ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚିବେ। ସେଠାରୁ ରାଜଭବନ ଯାଇ ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।
Also Read
ସେହିପରି ହିମନ୍ତ ବିଶ୍ୱଶର୍ମା ଦିନିକିଆ ଗସ୍ତରେ ଆସି ଆଜି ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ
ସିଧାସଳଖ ରଜଭବନ ଯାଇ ରାଜ୍ୟପାଳଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିବେ। ପାଖାପାଖି ଘଣ୍ଟାଏ ଧରି ରାଜଭବନରେ ରହିବେ ହିମନ୍ତ ବିଶ୍ୱଶର୍ମା। ପରେ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦର ଯିବେ। ସେଠାରୁ ସେ ଝାଡଖଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ଓଡ଼ିଶା ଛାଡ଼ିବେ ପାଣ୍ଡିଆନ: ବିଜେଡି ସମ୍ଭାଳିବେ ବବି, ନେତାଙ୍କ ତୁଣ୍ଡରେ ତୁଣ୍ଡି
ଧାରଣ ନିର୍ବାଚନରେ ବିପର୍ଯ୍ୟୟ ପରେ ଦଳରେ ପଂଚାୟତଠୁ ରାଜ୍ୟସ୍ତର ପର୍ଯ୍ୟନ୍ତ ତୀବ୍ର ଗୋଷ୍ଠୀକନ୍ଦଳ ଲାଗି ରହିଥିବାରୁ ପାଣ୍ଡିଆନଙ୍କ ପ୍ରସ୍ତୁତ ଏହି ଇକୋସିଷ୍ଟମ ଓ ରିମୋଟ୍ କଂଟ୍ରୋଲରେ ନିୟନ୍ତ୍ରଣ କେତେ ପ୍ରଭାବୀ ହୋଇପାରିବ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି ।

Politics
ବିଜେପି ପାଖରେ ଭାରତର ସବୁଠାରୁ ଧନୀ ଓ ଗରିବ ବିଧାୟକ, ସମ୍ପତ୍ତି ଜାଣିଲେ ହେବେ ଚକିତ!
ଧନୀ ତାଲିକାର ଦ୍ୱିତୀୟ ସ୍ଥାନରେ କଂଗ୍ରେସର ଡିକେ ଶିବ କୁମାର ରହିଛନ୍ତି।

Politics
ଅଶୋକଙ୍କ ‘ଧର୍ମପଦ’ ଉପାଖ୍ୟାନ: ବିଜେଡିକୁ ସୁଦୃଢ଼ ପାଇଁ ଦେଲେ ଗୁରୁମନ୍ତ୍ର, ବ୍ୟକ୍ତିଗତ ମତ କହି ସଞ୍ଜୟଙ୍କ ବିରୋଧ
ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ନେତା ଅଶୋକ ଚନ୍ଦ୍ର ପଣ୍ଡା ତାଙ୍କ ଦଳ ବିଜେଡିକୁ ସୁଦୃଢ଼ କରିବାର ଗୁରୁମନ୍ତ୍ର ଦେଇଛନ୍ତି । ହୋଲି ପାଳନ ଅବସରରେ ଗଣମାଧ୍ୟମକୁ ଯେଉଁ ବୟାନ ଦେଇଛନ୍ତି ତାହା ସେ ନବୀନ ନିବାସକୁ ମଧ୍ୟ ଜଣାଇଥିବା ସ୍ପଷ୍ଟ କରିଛନ୍ତି । ଶ୍ରୀ ପଣ୍ଡା ‘ଧର୍ମପଦର ତ୍ୟାଗ’ର ଉଦାହରଣ ଦେଇ କହିଛନ୍ତି ଯେ, ବାରଶହ ବଢ଼େଇରେ ଦାୟ ନା ପୁଅରେ ଦାୟ’ ।

Politics
ବିଜେଡିରେ ବଢ଼ିଲାଣି ବବିଙ୍କ ମାମଲାତି: ଦେବୀ ‘ଶିଶୁପାଳ’, ପ୍ରତାପ‘ସାରଥୀ’, ହଜାରିବାଗରେ ହାଜିରା
ଦେବୀଙ୍କ ଅଜାଣତରେ ତାଙ୍କ ଜିଲ୍ଲା କଟକରେ ଓ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ଅଗୋଚରରେ ତାଙ୍କ ଜିଲ୍ଲା ସମ୍ବଲପୁରରେ ସାଂଗଠନିକ ନିର୍ବାଚନ ପାଇଁ ‘ଜିଲ୍ଲା ରିଟର୍ଣ୍ଣିଂ ଅଫିସର’ ନିଯୁକ୍ତି ଦିଆଯିବା ସିଧାସଳଖ ଏହି ନେତାମାନଙ୍କୁ ନିଜ ସଂଗଠନରେ ‘ଶିଶୁପାଳ’ ଭୂମିକାରେ ଅବତୀର୍ଣ୍ଣ କରାଇ ଦେଇଥିବା ଚର୍ଚ୍ଚା ହେଲାଣି ।

Politics
ରାଜା ଚକ୍ର ଗିରଫ: କ୍ରାଇମବ୍ରାଞ୍ଚ ଦେଲା କଳାଚିଠାର ତାଲିକା, ବଢ଼ିଲା ବିଜେଡିର ପ୍ରଭାବଶାଳୀଙ୍କ ଅଡ଼ୁଆ
ରାଜାଙ୍କ ଗିରଫ ପରେ ଘସିପୁରା ବିଧାୟକ ତଥା ରାଜାଙ୍କୁ ରାଜନୀତିକୁ ଆଣିଥିବା ବଦ୍ରିନାରାୟଣ ପାତ୍ରଙ୍କ ବୟାନ ବେଶ୍ ଗୁରୁତ୍ୱ ବହନ କରୁଛି । ବଦ୍ରି କହିଛନ୍ତି ଯେ ରାଜା ଚକ୍ରଙ୍କ କଥାରେ ତତ୍କାଳୀନ ଜିଲ୍ଲାପାଳ ଓ ଏସପି କାମ କରୁଥିଲେ । ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଉ ।