Advertisment

ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପାହ୍ୟା

ପାଣ୍ଡିଆନ 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହୋଇଛନ୍ତି।

author-image
Tapaswini Nayak
ଅଦ୍ୟତନ ହୋଇଛି
VK Pandian

VK Pandian

ଗତକାଲି ସରକାରୀ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ ଭି.କେ ପାଣ୍ଡିଆନ। ଆଜି କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅବସର ପ୍ରାପ୍ତ ୨୦୦୦ ମସିହା ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରିବେ। ଏନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଧିବଧ ଭାବେ ବିଜ୍ଞପ୍ତି ଜାରି ହୋଇଛି।

Advertisment

ବିଜୟାଦଶମୀରୁ ନୂଆ ଦାୟିତ୍ୱ ନେଇଥିବା ପାଣ୍ଡିଆନଙ୍କ କାର୍ଯ୍ୟ ପ୍ରାୟତଃ ସମାନ ରହିବ। ସେ ସରକାରୀ ଚାକିରିରୁ ଅବସର ନେଇଥିଲେ ମଧ୍ୟ ତାଙ୍କୁ ପୁଣି ସରକାରରେ ଗୁରୁତ୍ୱପୁର୍ଣ୍ଣ ପଦ ମିଳିଛି। ଏହି ପଦବୀରେ ରହି ସେ ବିଧିବଦ୍ଧ ଭାବେ ସରକାରୀ ଭାବେ ନବୀନଙ୍କ ପରେ ଦ୍ୱିତୀୟ କ୍ଷମତା କେନ୍ଦ୍ର ହେବା ସ୍ପଷ୍ଟ ହୋଇଛି। ଯଦିଓ ପୂର୍ବରୁ ସେ ଅଣ ଆନୁଷ୍ଠାନିକ ଭାବେ ଦ୍ୱିତୀୟ କ୍ଷମତା କେନ୍ଦ୍ର ପାଲଟିଥିଲେ। ଏହି ନୂଆ ଦାୟିତ୍ୱରେ ରହିବା ପରେ ସେ  ରାଜ୍ୟର ମୁଖ୍ୟ ସଚିବ ଓ ପୁଲିସ ଡିଜିଙ୍କଠାରୁ ଆରମ୍ଭ କରି ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ତାଙ୍କୁ ଆନୁଷ୍ଠାନିକ ଭାବେ ରିପୋର୍ଟ କରିବାକୁ ବାଧ୍ୟ ହେବେ। 

ସୂଚନାଯୋଗ୍ୟ, ଗତକାଲି ଭିକେ ପାଣ୍ଡିଆନଙ୍କୁ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଗତ ୨୦ତାରିଖରେ ସେ ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କରିଥିଲେ। ଉଭୟ ବିଜେଡି ଓ ସରକାରୀ କଳରେ ପାଣ୍ଡିଆନ ପ୍ରଭାବଶାଳୀ ଅଛନ୍ତି । ସାଧାରଣ ନିର୍ବାଚନର ଠିକ୍ ପୂର୍ବରୁ ପାଣ୍ଡିଆନ ସରକାରୀ ଚାକିରି ଛାଡ଼ିବାକୁ ନେଇ ରାଜନୀତିକ ମହଲରେ ବିଭିନ୍ନ ଚର୍ଚ୍ଚା ଆରମ୍ଭ ହୋଇଛି। ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ। ତାଙ୍କର ଆବେଦନକୁ ଗତକାଲି କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଗତକାଲି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଥିଲେ ।

Advertisment

୨୦୦୦ ବ୍ୟାଚ୍ ଶ୍ରୀ ପାଣ୍ଡିଆନ ପଞ୍ଜାବ କ୍ୟାଡ଼ରରେ ନିଯୁକ୍ତି ପାଇଥିଲେ । କିନ୍ତୁ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତ୍ତନ କରି ଓଡ଼ିଶା ଆସିଥିଲେ । ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ । ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ । ସେବେଠୁ ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଗତ ୩ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭାବେ ଉଭୟ ଦାୟିତ୍ୱ ତୁଲାଉଥିଲେ ।

Cmo Of Odisha Vk Pandian