Advertisment

କିଏ ହେବେ ବିରୋଧୀ ଦଳ ନେତା ? ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ

ତେବେ ପ୍ରଶ୍ନ ଉଠୁଛି ବିଧାନସଭାରେ ନବୀନ ବିରୋଧୀ ଦଳ ନେତା ହେଲେ କେତେ ପ୍ରଭାବୀ ରହିବେ ? କାରଣ ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ଖୁବ୍ କମ୍ ବିଧାନସଭା ଆସୁଥିଲେ। ତେଣୁ ଦଳ ଆଉ ଜଣେ ବରିଷ୍ଠ ନେତାଙ୍କୁ ଉପନେତା କରିପାରେ ବୋଲି ମଧ୍ୟ କୁହାଯାଉଛି

Bjd

Bjd

Advertisment

ବିଧାନସଭାରେ କିଏ ହେବେ ବିରୋଧୀ ଦଳ ନେତା? ଏନେଇ ଆଜି ବସିବ ବିଜେଡି ବିଧାୟକ ଦଳ ବୈଠକ। ଚର୍ଚ୍ଚା ହେଉଛି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ବିରୋଧୀ ଦଳ ନେତା କରିବା ପାଇଁ ଏକ ପ୍ରକାର ସ୍ଥିର ହୋଇଛି। ବହୁ ବିଧାୟକ ତାଙ୍କ ନାଁ ପ୍ରସ୍ତାବ ଦେଇଥିବା ମଧ୍ୟ କୁହାଯାଉଛି।

Advertisment

ତେବେ ପ୍ରଶ୍ନ ଉଠୁଛି ବିଧାନସଭାରେ ନବୀନ ବିରୋଧୀ ଦଳ ନେତା ହେଲେ କେତେ ପ୍ରଭାବୀ ରହିବେ ? କାରଣ ମୁଖ୍ୟମନ୍ତ୍ରୀ ଥିବା ବେଳେ ସେ ଖୁବ୍ କମ୍ ବିଧାନସଭା ଆସୁଥିଲେ। ତେଣୁ ଦଳ ଆଉ ଜଣେ ବରିଷ୍ଠ ନେତାଙ୍କୁ ଉପନେତା କରିପାରେ ବୋଲି ମଧ୍ୟ କୁହାଯାଉଛି।

ଉପନେତା ଦୌଡ଼ରେ ଆଗରେ ରହିଛି ବରିଷ୍ଠ ବିଧାୟକ ତଥା ଦଳର ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ନାମ। ଏହା ସହ ବରିଷ୍ଠ ବିଧାୟିକା ପ୍ରମିଳା ମଲ୍ଲିକଙ୍କୁ ବିରୋଧୀ ଦଳ ମୁଖ୍ୟ ସଚେତକ ଏବଂ ପ୍ରତାପ ଦେବଙ୍କୁ ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ଭାବେ ଦଳ ନିଯୁକ୍ତ କରିପାରେ ବୋଲି ଚର୍ଚ୍ଚା ହେଉଛି। ତେବେ ଏନେଇ ବିଜେଡି ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ।

Advertisment
BjD Bhubaneswar
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe