Advertisment

ଆଜିଠୁ ଜି-୨୦ ଶିଖର ସମ୍ମିଳନୀ; ଭାରତ ମଣ୍ଡପମ୍‌ରେ ଏକାଠି ହେବେ ବିଶ୍ୱସ୍ତରୀୟ ନେତା

ଆଜି ସକାଳେ ପ୍ରଥମେ ବିଭିନ୍ନ ରାଷ୍ଟ୍ରରୁ ଆସିଥିବା ବିଦେଶୀ ଅତିଥିଙ୍କୁ ସ୍ୱାଗତ ସହ ୱେଲକମ୍ ସେରିମନି ହେବ। ପରେ ମଧ୍ୟାହ୍ନ ପର୍ଯ୍ୟନ୍ତ ଚାଲିବ ପ୍ରଥମ ଅଧିବେଶନ।

G-20-summit

G-20-summit

Advertisment

ଆଜିଠାରୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଜି-୨୦ ଶିଖର ସମ୍ମିଳନୀ। ବିଭିନ୍ନ ରାଷ୍ଟ୍ରର ରାଷ୍ଟ୍ରପତି ଏବଂ ରାଷ୍ଟ୍ରମୁଖ୍ୟମାନେ ଆସି ପହଞ୍ଚି ସାରିଥିବା ବେଳେ ଆଜି ବିଶ୍ୱ ମଞ୍ଚରେ ବିଭିନ୍ନ ପ୍ରସଙ୍ଗରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା।

Advertisment

ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଏକାଠି ହେବେ ବିଶ୍ୱର ବଡ଼ ବଡ଼ ନେତା। ଦୁଇ ଦିନିଆ ସମ୍ମିଳନୀରେ ଜାତିସଂଘର ମହାସଚିବ ଗୁଣ୍ଟେରସଙ୍କଠାରୁ ଆରମ୍ଭ କରି ୩୦ ଜଣ ରାଷ୍ଟ୍ରମୁଖ୍ୟ କିମ୍ବା ସେମାନଙ୍କ ପ୍ରତିନିଧି ଏବଂ ୧୪ଟି ଅନ୍ତର୍ଜାତୀୟ ସଂଗଠନର ମୁଖ୍ୟ ଯୋଗ ଦେଉଛନ୍ତି। ପର୍ଯ୍ୟାୟ କ୍ରମେ ଆଜି ଦିନ ସାରା ବିଭିନ୍ନ କାର୍ଯ୍ୟକ୍ରମ ରହିଛି।

ଆଜି ସକାଳେ ପ୍ରଥମେ ବିଭିନ୍ନ ରାଷ୍ଟ୍ରରୁ ଆସିଥିବା ବିଦେଶୀ ଅତିଥିଙ୍କୁ ସ୍ୱାଗତ ସହ ୱେଲକମ୍ ସେରିମନି ହେବ। ପରେ ମଧ୍ୟାହ୍ନ ପର୍ଯ୍ୟନ୍ତ ଚାଲିବ ପ୍ରଥମ ଅଧିବେଶନ। ପରେ ବିଦେଶୀ ଅତିଥିଙ୍କ ଲାଗି ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ ହୋଷ୍ଟ କରିବେ। ଏହା ପରେ କିଛି ସମୟର ବିରତି ରହିବ। ଏହି ସମୟରେ ବିଭିନ୍ନ ଶୀର୍ଷ ନେତାମାନେ ଦ୍ୱିପାକ୍ଷିକ ବୈଠକ କରିପାରିବେ।

Advertisment

ଏହା ପରେ ଦ୍ୱିତୀୟ ଅଧିବେଶନ ଆରମ୍ଭ ହେବ ଏବଂ ଏହା ସନ୍ଧ୍ୟା ପର୍ଯ୍ୟନ୍ତ ଜାରି ରହିବ। ଏହା ପରେ କିଛି ସମୟ ମିଳିବ ଦ୍ୱିପାକ୍ଷିକ ବୈଠକ ଲାଗି। ଏହା ପରେ ରାତି ୮ଟାରେ ରାତ୍ରୀ ଭୋଜନ ରହିଛି।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପକ୍ଷରୁ ବିଦେଶୀ ଅତିଥିଙ୍କ ଲାଗି ରାତ୍ର ଭୋଜନ ବ୍ୟବସ୍ଥା ରହିଥିବା ବେଳେ ଏଥିରେ ଏକ ମ୍ୟୁଜିକାଲ ପ୍ରୋଗ୍ରାମ ମଧ୍ୟ ରଖାଯାଇଛି। ଭାରତର ବିବିଧତା ପ୍ରଦର୍ଶନ ଲାଗି ଏହି ମ୍ୟୁଜିକାଲ ପ୍ରୋଗ୍ରାମରେ ଅନେକ ବିରଳ ବାଦ୍ୟଯନ୍ତ୍ର ବ୍ୟବହାର କରାଯିବ | ଯୁବ ସଂଗୀତଜ୍ଞ ଏବଂ ଦିବ୍ୟାଙ୍ଗ କଳାକାରମାନେ ଏଥିରେ ଅଂଶଗ୍ରହଣ କରିବା କାର୍ଯ୍ୟକ୍ରମ ରହିଛି।

ଭାରତ ଅଧ୍ୟକ୍ଷତାରେ ପ୍ରଥମ ଥର ଜି-୨୦ ସମ୍ମିଳନୀ ହେଉଥିବା ବେଳେ ଏବର୍ଷର ଥିମ୍ ରହିଛି ‘ବସୁଧୈବ କୁଟୁମ୍ବକମ୍’ ଅର୍ଥାତ୍ ଗୋଟିଏ ବିଶ୍ୱ, ଗୋଟିଏ ପରିବାର ଏବଂ ଗୋଟିଏ ଭବିଷ୍ୟତ।

Delhi G20 Summit
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe