Advertisment

ଇତିହାସ ରଚିବ ଇସ୍ରୋ, ଲଞ୍ଚ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍

ଅଗଷ୍ଟ ୧୫ରେ SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08।

author-image
Madhupriya Mistry
Satelite EOS 08

Satelite EOS 08

ସ୍ୱାଧୀନତା ଦିବସରେ ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିବ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ। ଅଗଷ୍ଟ ୧୫ରେ SSLV-D3 ରକେଟରେ ଉତକ୍ଷେପଣ ହେବ ଆର୍ଥ ଅବଜର୍ଭେସନ୍ ସାଟେଲାଇଟ୍ EOS-08। ଶ୍ରୀହରିକୋଟାରୁ ସକାଳ ୯ଟା ୧୭ରେ ଏହି ଲଞ୍ଚ ହେବ।

Advertisment

ଏହା ସ୍ମଲ୍ ସାଟେଲାଇଟ୍ ଲଞ୍ଚ ଭେହିକିଲ୍ ବା SSLVର ତୃତୀୟ ତଥା ଚୂଡ଼ାନ୍ତ ଉଡ଼ାଣ ହେବାକୁ ଯାଉଛି। ଏହା ଫଳରେ SSLV ଡେଭଲପମେଣ୍ଟ ପ୍ରୋଜେକ୍ଟ ସଂପୂର୍ଣ୍ଣ ହେବ ଏବଂ ପରବର୍ତ୍ତୀ ପର୍ଯ୍ୟାୟରେ ଏହାକୁ ଭାରତୀୟ ଇଣ୍ଡଷ୍ଟ୍ରି ଓ NSIL ଦ୍ୱାରା ବ୍ୟବହାର କରାଯିବ।

EOS-08 ଏକ ଅପେକ୍ଷାକୃତ କ୍ଷୁଦ୍ର ଆକୃତିର ସାଟେଲାଇଟ୍। ଏହାର ଓଜନ ୧୭୫.୫ କିଲୋଗ୍ରାମ ଏବଂ ଏହାକୁ ଭୂପୃଷ୍ଠରୁ ୪୭୫ କିଲୋମିଟର ଉଚ୍ଚତାରେ ଅବସ୍ଥାପିତ କରିବ ଇସ୍ରୋ । ଏଥିରେ ଥିବା ୩ଟି ପେଲୋଡ୍ ଦିନ ରାତି ପରିବେଶ ନରୀକ୍ଷଣ, ପାଣିପାଗ ପୂର୍ବାନୁମାନ, ବିପର୍ଯ୍ୟୟ ପରିଚାଳନା ଏବଂ ଗଗନଯାନ ମିଶନରେ ସହାୟକ ହେବ।

Advertisment
ISRO Earth Observation Satellite-8