/odisha-reporter/media/post_attachments/uploadimage/library/16_9/16_9_0/IMAGE_1734749908.jpg)
shortest day
ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ। ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ।
Advertisment
ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ।
ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ। ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
