Advertisment

ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା

କ୍ୟାମେରା ଟ୍ରାପ ଜରିଆରେ ବର୍ଷ ସାରା ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର

ଅଦ୍ୟତନ ହୋଇଛି
Tiger

Tiger

Advertisment

ଓଡ଼ିଶାରେ ଏଣିକି ପ୍ରତି ବର୍ଷ ହେବ ବାଘ ଗଣନା। କ୍ୟାମେରା ଟ୍ରାପ ଜରିଆରେ ବର୍ଷ ସାରା ମହାବଳ ବାଘଙ୍କ ସ୍ଥିତି ଉପରେ ରହିବ ନଜର। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ।

Advertisment

ଗତକାଲି ପ୍ରକାଶ ପାଇଥିବା ରାଜ୍ୟର ପ୍ରଥମ ବାଘ ଗଣନା ରିପୋର୍ଟରେ ରାଜ୍ୟରେ ୩୦ଟି ମହାବଳ ଓ ୮ଟି ଶାବକ ଥିବା ଜଣାପଡିଛି। ସେଥିରୁ ଶିମିଳିପାଳରେ ୨୭ଟି ମହାବଳ ବାଘ ସହ ୮ ଶାବକ ଥିବା ବେଳେ କେନ୍ଦୁଝର, ପାରଳାଖେମୁଣ୍ଡି ଓ ହୀରାକୁଦ ବନଖଣ୍ଡରେ ଗୋଟିଏ ଲେଖାଏଁ ମହାବଳଙ୍କ ଉପସ୍ଥିତି ସ୍ପଷ୍ଟ ହୋଇଛି।

ତେବେ ଚିନ୍ତା ବଢ଼ାଉଛି କଳା ବାଘ ବଂଶ ବୃଦ୍ଧି। ଶିମିଳିପାଳରେ ଏବେ ଅଛନ୍ତି ୧୩ କଳା ବାଘ। ଇନ୍ ବ୍ରିଡ଼ିଂ ଯୋଗୁଁ କଳା ବାଘଙ୍କ ସଂଖ୍ୟା ବଢ଼ୁଥିବା କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ। ଏହି ସମସ୍ୟାର ସମାଧାନ ପାଇଁ ଅନ୍ୟ ସ୍ଥାନରୁ ବାଘୁଣୀ ଆଣି ଶିମିଳିପାଳରେ ଛାଡ଼ିବାକୁ ଯୋଜନା ହୋଇଛି। ଏଥିପାଇଁ NTCA ଓ ୱାଇଲ୍ଡ ଲାଇଫ ଇନଷ୍ଟିଚ୍ୟଟ ଅଫ ଇଣ୍ଡିଆ ସହ ଯୋଗାଯୋଗ କରାଯାଇଛି ‍‍ବୋଲି ସେ କହିଛନ୍ତି।

Advertisment

ସାତକୋଶିଆରେ ନାହାନ୍ତି ଗୋଟିଏ ବି ମହାବଳ ବାଘ। ଅଭୟାରଣ୍ୟ ଭିତରେ ଥିବା ଜନବସତିକୁ ସମ୍ପୂର୍ଣ୍ଣ ବିସ୍ଥାପିତ କରିବା ପରେ ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପରେ ବାଘ ଛଡାଯିବା ନେଇ ଯୋଜନା କରାଯିବ। ଶିମିଳିପାଳରେ ବାଘ ସଂଖ୍ୟା ବଢିବା ପରେ ନୂଆ ଟେରିଟରି ସନ୍ଧାନରେ ଅଛନ୍ତି ମହାବଳ । ତେଣୁ କେନ୍ଦୁଝର, ହଦଗଡ଼ ଓ କୁଲଡ଼ିହାକୁ ମିଶାଇ ଗ୍ରେଟର ଶିମିଳିପାଳ ଲ୍ୟାଣ୍ଡସ୍କେପ ବିକାଶ କରାଯାଉଛି ବୋଲି କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦଙ୍କ। 

Tiger
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe