Advertisment

ଗଞ୍ଜାମର ଆନ୍ନା- କାଉନସିଲରରୁ ବାଚସ୍ପତି

ସୂର୍ଯ୍ୟନାରାୟଣ ପାତ୍ର । ଗଞ୍ଜାମର ଆନ୍ନା । ଦକ୍ଷିଣ ଓଡ଼ିଶାର ଟାଣୁଆ ନେତା। ୧୯୪୮ ମସିହା ଡିସେମ୍ବର ୨୪ ତାରିଖରେ ଜନ୍ମ ହୋଇଥିଲେ। ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରିଥିଲେ।

Advertisment

୧୯୭୭ ମସିହାରେ ବ୍ରହ୍ମପୁର ମହାନଗର ନିଗମ କାଉନସିଲର ଭାବେ ନିର୍ବାଚିତ ହେବା ପରଠୁ ଆଉ ରାଜନୀତିରେ ପଛକୁ ଫେରି ନଥିଲେ ସୂର୍ଯ୍ୟନାରାୟଣ ପାତ୍ର। ସେ ଫିସଫେଡ୍, ଓମଫେଡ୍ ଓ ଓପେଲଫେଡ୍‌ର ଅଧ୍ୟକ୍ଷ ସହ ଦୀର୍ଘବର୍ଷ ଧରି ଓଡ଼ିଶା ଘରୋଇ ମୋଟର ପରିବହନ କର୍ମଚାରୀ ସଂଘର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ । ସେ ଗଞ୍ଜାମ ଆଥଲେଟିକ୍ ଆସୋସିଏସନର କାର୍ଯ୍ୟନିର୍ବାହୀ ସଦସ୍ୟ ଥିଲେ । ସ୍ୱର୍ଗତ ପାତ୍ର ପ୍ରଥମ ଥର ପାଇଁ ୧୯୯୦ ମସିହାରେ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ସେ ଜନତା ଦଳ ଟିକେଟରେ ମୋହନା ବିଧାନସଭା ଆସନରୁ ୧୯୯୦ରୁ ୨୦୦୦ ମସିହା ପର୍ଯ୍ୟନ୍ତ ଦୁଇଥର ନିର୍ବାଚିତ ହୋଇଥିଲେ । ସେ ୧୯୯୦ ମସିହା ପରଠୁ କେବେ ନିର୍ବାଚନରେ ପରାଜିତ ହୋଇନଥିଲେ ।

Advertisment
Odisha Bhubaneswar Suryanarayan Patra
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe