Advertisment

ଥିଲେ ପୁଅ, ହେଲେ ଝିଅ; ଅଜୟରୁ ହେଲେ ରିଙ୍କି

ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ । ସମାଜରେ ନାରୀ ମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ଏହି ଯୁବକ ଜଣଙ୍କ ।

ଅଦ୍ୟତନ ହୋଇଛି
Boy changes gender

Boy changes gender

Advertisment

ଥିଲେ ପୁଅ, ହେଲେ ଝିଅ । ଦିଲ୍ଲୀର ଏକ ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାର ପରେ ଜଣେ ଯୁବକ ପାଇଛନ୍ତି ନୂଆ ପରିଚୟ । ଅଜୟରୁ ପାଲଟି ଯାଇଛନ୍ତି ରିଙ୍କି। ସମାଜରେ ନାରୀମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟାକୁ ରୋକିବା ସହ ଅବହେଳିତ ମହିଳାଙ୍କୁ ନ୍ୟାୟ ଦେବା ପାଇଁ ଏଭଳି ନିଷ୍ପତ୍ତି ନେଇଛନ୍ତି ସେ। 

Advertisment

ଦେଶ ସ୍ବାଧୀନ ହେବାର ୭୮ ବର୍ଷ ପରେ ଆଜି ବି ନାରୀ ଅସୁରକ୍ଷିତ। ତେଣୁ ଆଜିର ସମାଜରେ ପୁଅ ଅପେକ୍ଷା ଝିଅ ଜନ୍ମ ହେଲେ ଲୋକଙ୍କ ମନରେ ଘୃଣା ଭାବ ଜାଗ୍ରତ ହେଉଛି । ମହିଳା ମାନଙ୍କ ଦୁଃଖ କଷ୍ଟ ଏବଂ ଯନ୍ତ୍ରଣାକୁ ଜଣେ ମହିଳା ହିଁ କେବଳ ବୁଝି ପାରିବ । ତେଣୁ ପୁଅରୁ ଝିଅ ହୋଇ ସମାଜ ପାଇଁ କିଛି ନୂଆ ବାର୍ତ୍ତା ଦେବା ଲାଗି ଏଭଳି ପଦକ୍ଷେପ ଗ୍ରହଣ କରିଥିବା କହିଛନ୍ତି ରିଙ୍କି। 

ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଅନ୍ତର୍ଗତ ନମକାନା ଗ୍ରାମର ରବୀନ୍ଦ୍ର ବାରିକଙ୍କ ତିନି ପୁଅଙ୍କ ମଧ୍ୟରେ ମଝିଆଁ ହେଉଛନ୍ତି ଅଜୟ ବାରିକ । ପାଠପଢା ଶେଷ ହେବା ପରେ ସେ କୋଲକାତାରେ ଏକ ଘରୋଇ କମ୍ପାନୀରେ ଚାକିରି କରୁଥିଲେ । ତେବେ ସମାଜରେ ମହିଳାମାନଙ୍କ ଉପରେ ହେଉଥିବା ଅତ୍ୟାଚାର ଏବଂ କନ୍ୟା ଭ୍ରୂଣ ହତ୍ୟା ତାଙ୍କ ମନକୁ ଆନ୍ଦୋଳିତ କରିଥିଲା । ନାରୀମାନଙ୍କ ଉପରେ ହେଉଥିବା ଅନ୍ୟାୟ ଅତ୍ୟାଚାରକୁ ରୋକିବା ପାଇଁ ନିଜେ ନାରୀ ହେବା ପାଇଁ ନିଷ୍ପତ୍ତି ନେଇଥିଲେ ।

Advertisment

ସେ ନିଜ ପରିବାର ଲୋକଙ୍କ ସହମତି କ୍ରମେ ୨୦୨୨ ମସିହା ଡିସେମ୍ବର ମାସରେ ଦିଲ୍ଲୀ ସ୍ଥିତ ଓଲମେକ୍ ହସପିଟାଲର ଡାକ୍ତର ନରେନ୍ଦ୍ର କୌଶିକଙ୍କ ତତ୍ତ୍ୱାବଧାନରେ ଲିଙ୍ଗ ପରିବର୍ତ୍ତନ ଅସ୍ତ୍ରୋପଚାର କରାଇ ଥିଲେ । ଏଥିପାଇଁ ସେ ପ୍ରାୟ ୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଅଜୟ ବାରିକରୁ ରିଙ୍କି ବାରିକର ପରିଚୟ ପାଇବା ପରେ ବିଭିନ୍ନ ସଙ୍ଗଠନ ସହ ଜଡ଼ିତ ହୋଇ ନାରୀ ସଶକ୍ତିକରଣ ପାଇଁ ସେ କାର୍ଯ୍ୟ କରୁଛନ୍ତି। ଅବହେଳିତ, ନିଷ୍ପେଷିତ ନାରୀଙ୍କୁ ନ୍ୟାୟ ପ୍ରଦାନ କରିବାକୁ ସେ କାର୍ଯ୍ୟ କରୁଛନ୍ତି। ରିଙ୍କିଙ୍କ ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ପରିବାର ଲୋକେ।

Odisha Balasore
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe