କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟର ସ୍କୁଲ ଶିକ୍ଷା ବିଭାଗ ପକ୍ଷରୁ ପ୍ରକାଶିତ ପର୍ଫର୍ମାନ୍ସ ଗ୍ରେଡିଂ ଇଣ୍ଡେକ୍ସରେ ଓଡ଼ିଶାର ପ୍ରଦର୍ଶନ ହ୍ରାସ ପାଇଛି। ଶିକ୍ଷାର ଗୁଣବତ୍ତା, ବିଦ୍ୟାଳୟକୁ ପ୍ରବେଶ ସୁବିଧା, ଭିତ୍ତିଭୂମି, ଶିକ୍ଷକ ଶିକ୍ଷା ଓ ତାଲିମ ନେଇ ସାରା ଦେଶରେ କରାଯାଇଥିବା ସର୍ଭେରେ ଓଡ଼ିଶା ପଛରେ ରହିଛି। ବର୍ଷକ ମଧ୍ୟରେ ଶିକ୍ଷାରେ ଓଡ଼ିଶାର ପ୍ରଦର୍ଶନ ହ୍ରାସକୁ ନେଇ ଶିକ୍ଷାବିତ ମାନେ ଚିନ୍ତା ପ୍ରକଟ କରିଛନ୍ତି।