ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚେନ୍ନାଇ ମ୍ୟାଚ୍ ଭଳି ଦ୍ୱିତୀୟ ଦିନିକିଆରେ ମଧ୍ୟ ବର୍ଷା ବାଧକ ସାଜିପାରେ। ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କୋଲକାତାରେ ଖେଳାଯିବାକୁ ଥିବା ଦ୍ୱିତୀୟ ଦିନିକିଆ ବର୍ଷା କରାଣରୁ ଧୋଇଯିବାର ଆଶଙ୍କା ଦେଖାଦେଇଛି। ଆସନ୍ତା ଗୁରୁବାର ଦିନ ଇଡେନ୍ ଗାର୍ଡେନ୍ ଠାରେ ଏହି ମ୍ୟାଚ୍ ଖେଳାଯିବାକୁ ଥିବା ବେଳେ ଏଠାରେ ଗତ ସୋମବାର ଠାରୁ ବର୍ଷା ଲାଗିରହିଛି। ଫଳରେ ପଡିଆ ଓ ପିଚ୍କୁ ମ୍ୟାଚ୍ ଉପଯୋଗୀ କରିବା କଷ୍ଟକର ହୋଇପଡିଛି। କେବଳ ଏତିକି ନୁହେଁ ବର୍ଷା କାରଣରୁ ଟିମ୍ ଇଣ୍ଡିଆର ଅଭ୍ୟାସ୍ ସମ୍ଭବ ହୋଇପାରିନାହିଁ। ଦୁଇଦିନ ଧରି ପିଚ୍କୁ ଘୋଡ଼ାଇ ରଖାଯାଇଛି। ଅନ୍ୟପଟେ ପାଣିପାଗ ବିଭାଗ ସୂଚନା ଅନୁସାରେ ଆସନ୍ତା ଗୁରୁବାର ବା ମ୍ୟାଚ୍ ଦିନ କୋଲକାତାରେ ବର୍ଷା ଆଶଙ୍କା ରହିଛି। ପୂର୍ବରୁ ଚେନ୍ନାଇରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚ୍ରେ ମଧ୍ୟ ବର୍ଷା ବାଧକ ସାଜିଥିଲା। ବର୍ଷାଫଳରେ ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆର ଓଭର କମାଇଦିଆଯାଇଥିଲା। ଅଷ୍ଟ୍ରେଲିଆ ପାଇଁ ୨୧ ଓଭରରେ ୧୬୪ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।