ହ୍ୟାମିଲଟନ୍: ୱେଲିଙ୍ଗଟନ୍ରେ ଭାରତ ଓ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ମ ତଥା ଶେଷ ଦିନିକିଆ ଆରମ୍ଭ ହୋଇଛି। ବିରାଟ କୋହଲିଙ୍କ ଅନୁପସ୍ଥିତିରେ ଟିମ୍ ଇଣ୍ଡିଆ ରୋହିତ ଶର୍ମାଙ୍କ ନେତୃତ୍ୱରେ ପଡ଼ିଆକୁ ଓହ୍ଲାଇଛି। ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ଭାରତକୁ ପ୍ରାରମ୍ଭିକ ଝଟକା ଲାଗିଛି। ଦଳ ୬ ଓଭରରେ ଦୁଇ ୱିକେଟ୍ ହରାଇ ୧୨ ରନ୍ କରିଛି।
ଅଧିନାୟକ ରୋହିତ ଶର୍ମା ମାତ୍ର ୨ ରନ୍ କରି ଆଉଟ୍ ହୋଇଯାଇଛନ୍ତି। ସେହିପରି ଅନ୍ୟତମ ଓପ୍ନର ଶିଖର ଧୱନ ୬ ରନ୍ କରି ପ୍ୟାଭିଲିୟନ୍ ଫେରିଛନ୍ତି।
ମ୍ୟାଟ୍ ହେନରୀ, ରୋହିତଙ୍କୁ ବୋଲ୍ଡ କରିଥିବା ବେଳେ ଧୱନ ଟ୍ରେଣ୍ଟ ବୋଲ୍ଟଙ୍କ ଶିକାର ହୋଇଛନ୍ତି।
୫ଟିକିଆ ଦିନିକିଆ ସିରିଜକୁ ଭାରତ ୩-୧ରେ ଜିତି ସାରିଛି। ପ୍ରଥମ ୩ଟି ମ୍ୟାଚ୍ ଜିତି ଭାରତ ସିରିଜ୍ ଜିତିଥିବା ବେଳେ ଚତୁର୍ଥ ମ୍ୟାଚ୍ ନ୍ୟୁଜିଲ୍ୟାଣ୍ଡ ଜିତିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ସମଲିଙ୍ଗୀ ବିବାହ: ବଡ଼ ନିଷ୍ପତ୍ତି ନେଲେ ସୁପ୍ରିମକୋର୍ଟ
ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।
National
‘ଆମର ଅଧା କାହାଣୀ’ ଲେଖି ଝୁଲି ପଡ଼ିଲେ ଯୁବକ
୬ ମାସ ତଳେ କୋର୍ଟରେ ବାହା ହୋଇଥିଲେ। ତଥାପି ଝିଅ ଘର ଲୋକ ଶାନ୍ତିରେ ବଞ୍ଚିବାକୁ ଦେଲେନି। ସମୟକ୍ରମେ ଝିଅ ମଧ୍ୟ ବଦଳିଗଲା। ଶେଷରେ କୌଣସି ଉପାୟ ନ ପାଇ ଜଣେ ୨୫ ବର୍ଷୀୟ ଯୁବକ ଜୀବନ ହାରି ଦେଇଛନ୍ତି।
National
ଭୁଶୁଡ଼ିଲା ପ୍ଲାଣ୍ଟର ସିଲୋ: ୪ ଶ୍ରମିକ ମୃତ, ଚାପି ହୋଇ ରହିଛନ୍ତି ଅନେକ
ସିଲୋ ହେଉଛି ଲୁହାରେ ତିଆରି ହୋଇଥିବା ବିରାଟକାୟ ସିଲଣ୍ଡର ଆକୃତିର ଷ୍ଟ୍ରକଚର। ଇଟା ଭାଟିରେ ଲାଗୁଥିବା ଚିମିନି ଭଳି ଏହା ଦେଖିବାକୁ।
Crime
ଅଫିସ ପାର୍କିଂରେ ମହିଳା ସହକର୍ମୀଙ୍କୁ ବୀଭତ୍ସ ହତ୍ୟା: ସମସ୍ତେ ଦେଖିଲେ, କିନ୍ତୁ କିଛି କଲେନି
ଯୁବକ ଜଣଙ୍କ ପାର୍କିଂ ଲଟରେ ମହିଳାଙ୍କୁ ଆକ୍ରମଣ କରୁଥିବା ବେଳେ ସମସ୍ତେ ଏହାକୁ ଦେଖିଥିଲେ। କିନ୍ତୁ କେହି ବି ଯୁବକଙ୍କୁ ଅଟକାଇବାକୁ ଚେଷ୍ଟା ନ କରିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।
National
ଆପ୍ର ୫୮ରୁ ୩୨ ଓ ବିଜେପିର ୭ରୁ ୪ ବିଧାୟକଙ୍କ ନାଁରେ ରହିଛି ଗୁରୁତର ମାମଲା
ଦଳ ଦୃଷ୍ଟିରୁ ଦେଖିଲେ ଆପର ୫୮ ଜଣ ବିଧାୟକଙ୍କ ପାଖରେ ହାରାହାରି ୧୩.୩୯ କୋଟି ଟଙ୍କାର ସମ୍ପତ୍ତି ରହିଥିବାବେଳେ ବିଜେପିର ୭ ଜଣ ବିଧାୟକଙ୍କ ପାଖରେ ହାରାହାରି ୭ କୋଟି ୪୫ ଲକ୍ଷ ଟଙ୍କାର ସମ୍ପତ୍ତି ରହିଛି।