ଭୁବନେଶ୍ୱର: ବ୍ରାଜିଲର ରିଓ ଅଲିମ୍ପିକ୍ରେ ଭାଗ ନେଇଥିବା ଓଡ଼ିଆ ଝିଅ ଦୂତି ଚାନ୍ଦ, ଶ୍ରାବଣୀ ନନ୍ଦ, ଦୀପଗ୍ରେସ ଏକ୍କା, ସୁନୀତା ଲାକ୍ରା, ନମିତା ଟପ୍ପୋ ଓ ଲିଲିମା ମିଞ୍ଜଙ୍କୁ ଆଜି ଏକ ତାରକା ହୋଟେଲରେ ସମ୍ବର୍ଦ୍ଧିତ କରିଛନ୍ତି ଆଦିତ୍ୟ ବିର୍ଲା ଗ୍ରୁପର କମ୍ପାନୀ ଏସେଲ ମାଇନିଂ। ଏହି ଅବସରରେ ଆଥଲେଟ୍ ଦୂତି ଚାନ୍ଦ ଓ ଶ୍ରାବଣୀ ନନ୍ଦଙ୍କୁ କମ୍ପାନୀ ପକ୍ଷରୁ ୧୫ ଲକ୍ଷଟଙ୍କା ଦିଆଯାଇଥିବା ବେଳେ ହକି ଖେଳାଳି ଦୀପଗ୍ରେସ ଏକ୍କା, ସୁନୀତା ଲାକ୍ରା, ନମିତା ଟପ୍ପୋ ଓ ଲିଲିମା ମିଞ୍ଜଙ୍କୁ ୧୦ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରିଛି।
ଏହି ସ୍ୱତନ୍ତ୍ର ଉତ୍ସବରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ରାଜ୍ୟସଭା ସାଂସଦ ତଥା ପଦ୍ମଶ୍ରୀ ଦୀଲ୍ଲିପ ତିର୍କୀ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ। ତାଙ୍କ ସହ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଲଳିତ ଦାସ, ଆଇଜି ସୁଶାନ୍ତ କୁମାର ନାଥ,ଏସେଲ ମାଇନିଂ ସିଇଓ ଅଶୋକ କୁମାର ବଳ ଓ ବରିଷ୍ଠ ଅଧିକାରୀ ରାଜଦୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।