ଜାମାଇକା: ଶନିବାରଠାରୁ କିଙ୍ଗଷ୍ଟନରେ ଆରମ୍ଭ ହେବାକୁ ଥିବା ଭାରତ ବିପକ୍ଷ ୪ଟିକିଆ ଟେଷ୍ଟ ସିରିଜ୍ର ଦ୍ୱିତୀୟ ମ୍ୟାଚ୍ ପାଇଁ ୱେଷ୍ଟଇଣ୍ଡିଜର ୧୪ ଜଣିଆ ଦଳରେ ସାମିଲ ହୋଇଛି ଫାଷ୍ଟ ବୋଲର ଅଲ୍ଜାରି ଜୋସେଫ୍।
୧୯ ବର୍ଷୀୟ ଏହି ଫାଷ୍ଟ ବୋଲର ଜଣକ ମାତ୍ର ୧୨ଟି ମ୍ୟାଚ୍ ଖେଳିଛନ୍ତି। ଏଥିରେ ୮ଟି ପ୍ରଥମ ଶ୍ରେଣୀ ମ୍ୟାଚ୍ ରହିଛି। ଏହି ୮ଟି ମ୍ୟାଚ୍ରେ ସେ ମୋଟ ୨୪ଟି ୱିକେଟ ନେଇଛନ୍ତି।
ଫେବ୍ରୁଆରୀରେ ହୋଇଥିବା ୧୯ ବର୍ଷରୁ କମ୍ ବିଶ୍ୱକପ୍ ଚାମ୍ପିଅନ୍ ଦଳରେ ମଧ୍ୟ ସେ ସାମିଲ ଥିଲେ। ସେ ମୋଟ ୧୩ଟି ୱିକେଟ ନେଇ ଏହି ଟୁର୍ଣ୍ଣାମେଣ୍ଟରେ ତୃତୀୟ ସର୍ବାଧିକ ୱିକେଟ ହାସଲ କରିଥିବା ବୋଲର ବିବେଚିତ ହୋଇଥିଲେ।
ଭାରତଠାରୁ ପ୍ରଥମ ଟେଷ୍ଟରେ ୱେଷ୍ଟଇଣ୍ଡିଜ୍ ଇନିଂସ ଓ ୯୨ ରନ୍ରେ ପରାଜିତ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଜାମା ମସଜିଦ ସର୍ଭେ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ
ଉତ୍ତରପ୍ରଦେଶ ଜାମା ମସଜିଦ ସର୍ଭେକୁ ନେଇ ପାଞ୍ଚ ଜଣକ ମୃତ୍ୟୁ ପରେ ଟ୍ରାଏଲ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିଛନ୍ତି ସର୍ବୋଚ୍ଚ ଅଦାଲତ।
Viral
ଖେଳୁ ଖେଳୁ କ୍ରିକେଟର ମୃତ, କ୍ୟାମେରାରେ ଦୃଶ୍ୟ କଏଦ
ପଡ଼ିଆରେ ଖେଳୁଥିବା ବେଳେ ଜଣେ ୩୫ ବର୍ଷୀୟ ଯୁବକଙ୍କ ଜୀବନ ଚାଲିଯାଇଛି।
Crime
ଅଶ୍ଳୀଳ ଭିଡିଓ ମାମଲା; ରାଜ କୁନ୍ଦ୍ରାଙ୍କ ଘର ଓ ଅଫିସରେ ED ଚଢାଉ
ମୋବାଇଲ ଆପ୍ ଜରିଆରେ ଅଶ୍ଳୀଳ କଣ୍ଟେଣ୍ଟ ତିଆରି ଏବଂ ବିତରଣ କରିବା ମାମଲାରେ ଚଢାଉ।
National
ଶାହଙ୍କ ଘରେ ମାରାଥନ୍ ବୈଠକ ପରେ ଫେରିଲେ ସିନ୍ଦେ, କହିଲେ...
ମହାରାଷ୍ଟ୍ରରେ ମହାୟୁତି ମେଣ୍ଟ ଖୁବଶୀଘ୍ର ସରକାର ଗଠନ ପ୍ରକ୍ରିୟା ଶେଷ କରିବ। ତେବେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ସେ ନେଇ ଆନୁଷ୍ଠାନିକ ଭାବେ କିଛି ଘୋଷଣା ହୋଇନି।
National
ମଶାଲ ଶୋଭାଯାତ୍ରା ବେଳେ ଅଘଟଣ; ନିଆଁ ଲାଗି ୫୦ ଗୁରୁତର
ଜଳୁଥିବା ମଶାଲରୁ ତେଳ ପଡ଼ିବା ହେତୁ ତାହା ହୁତୁହୁତୁ ହୋଇ ଜଳିଲା ଓ ଆଖି ପିଛୁଳାକେ ନିଆଁ ଚାରିଆଡ଼େ ବ୍ୟାପିଗଲା। ଏପରି ଏକ ଅଘଟଣରେ ପ୍ରାୟ ୫୦ରୁ ଲୋକ ଗୁରୁତର ହୋଇଛନ୍ତି।