ଭୁବନେଶ୍ୱର: ଟ୍ରାକ୍ରେ ଚମକିଲେ ଦୂତି ଚାନ୍ଦ। ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏସିଆନ୍ ଆଥଲେଟିକ୍ ଚାମ୍ପିୟନସିପ୍ରେ ମହିଳା ଶହେ ମିଟର ଦୌଡର ସେମି ଫାଇନାଲରେ ପହଞ୍ଚିଛନ୍ତି ଓଡ଼ିଆ ଝିଅ ଦୂତି ଚାନ୍ଦ। ଶହେ ମିଟର ଦୌଡ଼ ପ୍ରଥମ ହିଟ୍ସରେ ଦୂତି ପ୍ରଥମ ସ୍ଥାନରେ ରହିଛନ୍ତି। ସେହିପରି ପୁରୁଷ ୧୦୦ ମିଟର ରେସ୍ରେ ଓଡିଆ ପୁଅ ଅମୀୟ ମଲ୍ଲିକ ଯୋଗ୍ୟତା ଅର୍ଜନ କରିଛନ୍ତି। ଆଜି ପ୍ରଥମ ଦିବସର ପ୍ରଥମ ଇଭେଣ୍ଟ ଥିଲା ପୁରୁଷ ଡେକାଥଲନର ୧୦୦ ମିଟର ରେସ୍। ପୂର୍ବାହ୍ନରେ ଡେକାଥଲନର ଲଙ୍ଗଜମ୍ପ ଏବଂ ସଟଫୁଟ୍ ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା। ସେହିଭଳି ପୁରୁଷ, ମହିଳା ୧୫୦୦ ଓ ୪୦୦ ମିଟର ରେସ୍ ଏବଂ ପୁରୁଷ ହାଇଜମ୍ପର ହିଟ୍ସ ଅଭେଣ୍ଟ ମଧ୍ୟ ଖେଳାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।