ନୂଆଦିଲ୍ଲୀ: ଆଜି ସଂସଦରେ ବିଜେଡି ସାଂସଦ ଦିଲୀପ ତିର୍କି ଅମୀୟ ମଲ୍ଲିକ ଓ ଶ୍ରାବଣୀ ନନ୍ଦଙ୍କ ପ୍ରସଙ୍ଗ ଉଠାଇ ଏହା ଉପରେ ସରକାର ପଦକ୍ଷେପ ନେବାକୁ ଦାବି କରିଥିଲେ। ତିର୍କି ପ୍ରଶ୍ନ କରିଥିଲେ “ଅଲିମ୍ପିକ ପରି ଏକ ବଡ ଟୁର୍ଣ୍ଣାମେଣ୍ଟ ପାଇଁ ଯୋଗ୍ୟତା ମ୍ୟାଚ୍ ଚାଲିଥିବା ବେଳେ ଆୟୋଜକଙ୍କ ଅବହେଳା କେବେ ବି ଗ୍ରହଣୀୟ ନୁହେଁ। ଯାହା ଶ୍ରାବଣୀ ଏବଂ ଅମୀୟଙ୍କ କ୍ଷେତ୍ରରେ ଘଟିଲା ଏହା ଅତ୍ୟନ୍ତ ନିନ୍ଦନୀୟ। ଏହାଦ୍ୱାରା ଅନ୍ୟ ଖେଳାଳିମାନଙ୍କ ମନୋବଳ ଭାଙ୍ଗିଯିବ।”
ସେ କହିଥିଲେ, “ପ୍ରଥମ ଥରରେ ଉଭୟ ରିଓ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲ କରିଥିଲେ। ଅଲିମ୍ପିକ ଯୋଗ୍ୟାତା ଲାଗି ଧାର୍ଯ୍ୟ ଲକ୍ଷ୍ୟଠାରୁ ବହୁତ ଭଲ ସ୍କୋର କରିଥିଲେ। ହେଲେ ଆୟୋଜକ ଇଲେଟ୍ରୋନିକ ଟାଇମର ବଦଳରେ ହ୍ୟାଣ୍ଡ ଟାଇମର ବ୍ୟବହାର କରିଥିବାରୁ ସେମାନେ ଭଲ କରି ମଧ୍ୟ ଅଲିମ୍ପିକ ପାଇଁ ଯୋଗ୍ୟତା ହାସଲରୁ ବଞ୍ଚିତ ହେଲେ। ଏଠାରେ ଜଣେ କ୍ରୀଡାବିତଙ୍କୁ ଏତେ ଅବହେଳା କାହିଁକି କରାଯାଉଛି? ଏପରି ଅବହେଳା କରିଥିବା ଅଧିକାରୀମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।