ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରବିବାର ଠାରୁ ନ୍ୟୁଜିଲାଣ୍ଡ ଓ ଭାରତ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ୍ ମୁମ୍ବାଇର ୱାଙ୍ଖଡେ ଷ୍ଟାଡ଼ିୟମରେ ଖେଳାଯିବ। ତେଣୁ ଟିମ୍ ଇଣ୍ଡିଆର ଖେଳାଳି ଜୋରଦାର ଅଭ୍ୟାସ ଜାରି ରଖିଛନ୍ତି। ଏହି ଅବସରରେ ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ବି ନେଟ୍ ପ୍ରାକ୍ଟିସ୍ ସମୟରେ ନଜରକୁ ଆସିଥିଲେ। ଅର୍ଜୁନ ଅଧିନାୟକ ବିରାଟ ଓ ଧାୱନଙ୍କ ସହ ଅନ୍ୟ ବ୍ୟାଟ୍ସମାନଙ୍କୁ ମଧ୍ୟ ବୋଲିଂ କରିଥିଲେ। ଫାଷ୍ଟ ବୋଲର ଅର୍ଜୁନ ତାଙ୍କ ବାଉନ୍ସିଂ ବୋଲିଂରେ ଶିଖର ଧାୱନଙ୍କୁ ଅଡୁଆରେ ପକାଇଥିଲେ। ଅର୍ଜୁନଙ୍କ ବୋଲିଂରେ ଧାୱନ ଅଶ୍ଚର୍ଯ୍ୟ ହେବା ସହ ତାଙ୍କ ବଲକୁ ଠିକ୍ ସେ ଖେଳିପାରିନଥିଲେ।
ଏହା ପୂର୍ବରୁ ଅର୍ଜୁନ ମହିଳା ବିଶ୍ୱକପ ସମୟରେ ଭାରତୀୟ ଟିମ୍କୁ ବୋଲିଂ ପ୍ରାକ୍ଟିସ କରାଇଥିଲେ। ଏହାପରେ ଭାରତୀୟ ମହିଳା ଟିମ୍ ଫାଇନାଲରେ ପ୍ରବେଶ କରିଥିଲା। ଅର୍ଜୁନ ଏବେ ମୁମ୍ବାଇ ଅଣ୍ଡର-୧୯ ଟିମ୍ରେ ନିୟମିତ ସଦସ୍ୟ ଭାବେ କ୍ରିକେଟ୍ ଖେଳୁଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।