ଭୁବନେଶ୍ୱର: ଏସିଆନ୍ ଆଥଲେଟିକସ ଚାମ୍ପିଅନ୍ସିପର ଆଜି ଅନ୍ତିମ ଦିନ। ଶେଷ ଦିନରେ ଭାରତକୁ ଦୁଇ ସ୍ୱର୍ଣ୍ଣ ଦେଇଛନ୍ତି ସ୍ୱପ୍ନା ବର୍ମନ୍ ଓ ଜି.ଲକ୍ଷ୍ମଣନ୍। ହେପଠାଥେଟ୍ରେ ସ୍ୱପ୍ନା ଓ ୧୦,୦୦୦ ମିଟର ଦୌଡ଼ରେ ଲକ୍ଷ୍ମଣନଙ୍କୁ ସ୍ୱର୍ଣ୍ଣ ମିଳିଛି। ପୁରୁଷ ୮୦୦ ମିଟର ଦୌଡରେ ଜିନ୍ସନ୍ ଜହନସନ୍ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଏହି ବିଜୟ ପରେ ଭାରତର ପଦକ ସଂଖ୍ୟା ୨୧ରେ ପହଞ୍ଚିଛି। ତେବେ ଶେଷ ଦିନରେ ନିରାଶ କରିଛନ୍ତି ଓଡିଆ ଆଥଲେଟ୍ ଦୂତି ଚାନ୍ଦ ଓ ଶ୍ରାବଣୀ ନନ୍ଦ। ମହିଳା ୨୦୦ ମିଟର ଦୌଡ଼ ଫାଇନାଲରେ ଉଭୟ ଚତୁର୍ଥ ଏବଂ ପଞ୍ଚମ ସ୍ଥାନରେ ରହିଛନ୍ତି। ଦୂତି ୨୩.୫୯ ସେକେଣ୍ଡର ଟାଇମିଂ ରଖିଥିବାବେଳେ, ଶ୍ରାବଣୀ ୨୩. ୬୭ ସେକେଣ୍ଡ ଟାଇମିଂ ରଖିଛନ୍ତି। ପୂର୍ଣ୍ଣିମା ହେମ୍ୱ୍ରମଙ୍କୁ ବ୍ରୋଞ୍ଜ ପଦକ ମିଳିଛି। ସେହିପରି ପୁରୁଷ ୨୦୦ ମିଟରରେ ମଧ୍ୟ ଓଡିଆ ଆଥଲେଟ ଅମିୟ ମଲ୍ଲିକ ନିରାଶ କରିଛନ୍ତି। ଫାଇନାଲରେ ଅମିୟ ୨୧.୦୩ ସେକେଣ୍ଡ ସମୟ ନେଇ ସପ୍ତମ ସ୍ଥାନରେ ରହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
କେବଳ ଚୋରି, ନା ଅଛି ଆଉ କିଛି କାରଣ; ସୈଫଙ୍କୁ ଛୁରାମାଡ଼ ଘଟଣାରେ ସସପେନ୍ସ ଜାରି
ଅସ୍ତ୍ରୋପଚାର ବେଳେ ସୈଫଙ୍କ ମେରୁଦଣ୍ଡରୁ ବାହାରିଛି ଏକ ଛୁରୀର ଅଂଶ, ଯାହାର ଲମ୍ବ ୨.୫ ଇଞ୍ଚ।
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।