ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭାରତ ବିପକ୍ଷ ସିରଜ ପୂର୍ବରୁ ଅଷ୍ଟ୍ରେଲିଆ ଦେଖାଇଲା ଦମ୍: ଆଜି ଖେଳାଯାଇଥିବା ଏକ ଅଭ୍ୟାସ୍ ମ୍ୟାଚ୍ରେ ଭାରତୀୟ ବୋର୍ଡ ପ୍ରେସିଡେଣ୍ଟସ୍ ଇଲେଭେନ୍କୁ ୧୦୩ ରନରେ ହରାଇଲା ଅଷ୍ଟ୍ରେଲିଆ ଟିମ୍। ଟସ୍ ଜିତି ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ଟିମ୍ ନିର୍ଦ୍ଧାରିତ ୫୦ ଓଭରରେ ୭ୱିକେଟ୍ ହରାଇ ୩୪୭ ରନ୍ ସଂଗ୍ରହ କରିଥିଲା। ଜବାବରେ ବୋର୍ଡ ପ୍ରେସିଡେଣ୍ଟସ୍ ଇଲେଭେନ୍ ୪୮.୨ ଓଭର୍ରେ ୨୪୪ ରନ୍ କରି ଅଲଆଉଟ୍ ହୋଇଯାଇଛି।
ଅଷ୍ଟ୍ରେଲିଆ ପକ୍ଷରୁ ୪ଜଣ ବ୍ୟାଟ୍ସମ୍ୟାନ୍ ଅର୍ଦ୍ଧଶତକ ହାସଲ କରିଛନ୍ତି। ଅଷ୍ଟ୍ରେଲିଆ ପକ୍ଷରୁ ଡେଭିଡ୍ ୱାର୍ଣ୍ଣର୍ ୬୪, ସ୍ମିଥ୍ ୫୫, ଟ୍ରାବିସ୍ ହେଡ୍ ୬୫ ଓ ମାର୍କସ୍ ଷ୍ଟୋନିସ୍ ୭୬ ରନ୍ର ପାଳି ଖେଳି ଟିମ୍ରେ ସ୍କୋର୍କୁ ୩୪୭ରନ୍ରେ ପହଞ୍ଚାଇଥିଲେ। ଅଷ୍ଟ୍ରେଲିଆ ବ୍ୟାଟିଂ ଆଗରେ ବୋର୍ଡ ପ୍ରେସିଡେଣ୍ଟସ୍ ଇଲେଭେନ୍ର ବୋଲର୍ ଦିଗହରା ହୋଇଯାଇଥିଲେ। ଅନ୍ୟପଟେ ଅଷ୍ଟ୍ରେଲିଆର ଆକ୍ରମଣାତ୍ମକ ବୋଲିଂ ଆଗରେ ବୋର୍ଡ ପ୍ରେସିଡେଣ୍ଟସ୍ ଇଲେଭେନ୍ର କୌଣସି ବ୍ୟାଟ୍ସମ୍ୟାନ୍ ତିଷ୍ଟି ପାରିନଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।