କୋଲକାତା: ଭାରତର ପେସ୍ ବୋଲର ମହମ୍ମଦ ସାମିଙ୍କ ପାଇଁ ପବିତ୍ର ‘ଇଦ୍’ ଆଣି ଦେଇଛି ଡବଲ୍ ଖୁସି। ଏକ କନ୍ୟା ସନ୍ତାନର ବାପା ହୋଇଛନ୍ତି ସାମି। ଗତକାଲି ଅପରାହ୍ନ ପ୍ରାୟ ୨ଟା ୪୦ ମିନିଟରେ ତାଙ୍କ ପତ୍ନୀ ହାସିନ୍ ଜାହାନ ଏହି କନ୍ୟା ସନ୍ତାନକୁ ପ୍ରସବ କରିଥିଲେ। ଉଭୟ ମା’ ଓ ଝିଅ ସୁସ୍ଥ ଅଛନ୍ତି ବୋଲି ସାମି କହିଛନ୍ତି।
ଆଣ୍ଠୁରେ ଆଘାତ ଯୋଗୁ ତିନି ମାସ ହେଲାଣି ସାମି ଟିମରୁ ବାହାରେ ଅଛନ୍ତି। ବେଙ୍ଗଲୁରୁରେ ତାଙ୍କ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଥିଲେ। ସାମି କହିଛନ୍ତି ଯେ ସେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ଆଉ କିଛି ଦିନ ପରେ ସେ ପୂରା ଫିଟ୍ ହୋଇଯିବେ।
ଅନ୍ୟପକ୍ଷରେ ଆସନ୍ତା ମାସରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ଟେଷ୍ଟ୍ ସିରିଜରେ ସାମି ଖେଳିବା ନେଇ କିଛି ସ୍ପଷ୍ଟ ହୋଇନାହିଁ। ତେବେ ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ଭାରତରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯିବାକୁ ଥିବା ସିରିଜରେ ସେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଦିଲ୍ଲୀ ନିର୍ବାଚନ: ବିଜେପିର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା; କରାୱାଲ ନଗରରୁ ଲଢ଼ିବେ କପିଲ ମିଶ୍ରା
ଦ୍ୱିତୀୟ ପର୍ଯ୍ୟାୟରେ ୨୯ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି। କରାୱାଲ ନଗରରୁ କପିଲ ମିଶ୍ରା, କୋଣ୍ଡଲିରୁ ଲଢ଼ିବେ ପ୍ରିୟଙ୍କା ଗୌତମ।
Politics
ମହାରାଷ୍ଟ୍ରରେ ଭାଙ୍ଗିଲା ବିରୋଧୀ ମେଣ୍ଟ! ଏକା ଲଢ଼ିବାକୁ ଉଦ୍ଧବ ଗୋଷ୍ଠୀର ଘୋଷଣା
ଚଳିତ ବର୍ଷ ମହାରାଷ୍ଟ୍ରର ବିଭିନ୍ନ ମହାନଗର ନିଗମ, ଜିଲ୍ଲା ପରିଷଦ ଓ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଆଉ ଦେଖିବାକୁ ମିଳିବନି ମହା ବିକାଶ ଅଘାଡ଼ି ମେଣ୍ଟ।
Politics
ମାର୍ଚ୍ଚ ପରେ ସିଦ୍ଦରମୈୟାଙ୍କ ସ୍ଥାନରେ ଶିବକୁମାର ହେବେ ମୁଖ୍ୟମନ୍ତ୍ରୀ!
କର୍ଣ୍ଣାଟକାର ମୁଖ୍ୟମନ୍ତ୍ରୀ ପଦରୁ ସିଦ୍ଦରମୈୟା ହଟିବେ ବୋଲି ଚର୍ଚ୍ଚା ଜୋର ଧରିଛି। ଏହାରି ଭିତରେ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା କ୍ୟାବିନେଟରେ ଥିବା ନିର୍ଦ୍ଦିଷ୍ଟ ଦଳିତ ଓ ଏସ୍ଟି ସଦସ୍ୟଙ୍କ ସହ ଡିନର କରିଛନ୍ତି।
National
୨୨ରେ ହୋଇଥିଲା ପ୍ରାଣ ପ୍ରତିଷ୍ଠା, କାହିଁକି ୧୧ରେ ପାଳନ ହେଲା ବର୍ଷ ପୂର୍ତ୍ତି ?
ଅଭିଷେକ ପରେ ରାମଲଲାଙ୍କର ଆଳତୀ କରାଯାଇ ୫୬ ଭୋଗ ଲାଗି କରାଯାଇଛି। ଭବ୍ୟ ରାମ ମନ୍ଦିରରକୁ ଫୁଲରେ ସଜ୍ଜିତ କରାଯାଇଛି।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।