ମୁମ୍ବାଇ: ଭାରତ-ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ ବେଳେ ବାରବାଟୀରେ ଦର୍ଶକଙ୍କ ବୋତଲ ପିଙ୍ଗା ଘଟଣା ଉପରେ ଆଜି ଆଲୋଚନା ହେବାର ଅଛି । ଆଜି ବସିବାକୁ ଥିବା ବିସିସିଆଇର ୱାର୍କିଂ କମିଟି ବୈଠକରେ ଏ ନେଇ ଆଲୋଚନା ହୋଇପାରେ । ଯଦି ଏହି ଘଟଣା ଉପରେ ଆଲୋଚନା ହୁଏ ତେବେ ବାରବାଟୀର ଭବିଷ୍ୟତ ନେଇ କିଛି ନିଷ୍ପତି ନିଆଯାବ ବୋଲି ଜଣାପଡିଛି ।
ବିସିସିଆଇ ସଭାପତି ଶଶାଙ୍କ ଶେଖର ମନୋହରଙ୍କ ଅଧ୍ୟକ୍ଷତାରେ ମୁମ୍ୱାଇରେ ଏହି ବୈଠକ। ପୂର୍ବରୁ ବୋତଲ ଫିଙ୍ଗା ଘଟଣାକୁ ନେଇ ବିସିସିଆଇକୁ ରିପୋର୍ଟ ଦେଇସାରିଛି ଓଡ଼ିଶା କ୍ରିକେଟ୍ ଆସୋସିଏଶନ। ଏହି ରିପୋର୍ଟକୁ ଆଧାର କରି ବୈଠକରେ ଆଲୋଚନା ହେବା ସହ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ତେବେ ବୈଠକରେ ମୁଖ୍ୟ ପ୍ରସଙ୍ଗ ରହିଛି ଭାରତ-ପାକିସ୍ତାନ କ୍ରିକେଟ୍ ସିରିଜ୍। ଆସନ୍ତା ଡିସେମ୍ୱରରେ ଏହି ଦ୍ୱିପାକ୍ଷିକ ସିରିଜ୍ ଆରମ୍ଭ ହେବ। ବୈଠକରେ ଆଇପିଏଲର ଦୁଇ ଫ୍ରାଞ୍ଚାଇଜି ଚେନ୍ନାଇ ସୁପରକିଙ୍ଗସ ଓ ରାଜସ୍ଥାନ ରୟାଲ୍ସ ବ୍ୟାନ୍ ପ୍ରସଙ୍ଗରେ ମଧ୍ୟ ଆଲୋଚନା ହେବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।