କଟକ: ଆସନ୍ତା ୫ ତାରିଖରେ ବାରବାଟୀରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଆଜିଠୁ ଅନଲାଇନ୍ ଟିକେଟ୍ ବିକ୍ରି କରାଯିବ। ଡବ୍ଲୁଡବ୍ଲୁଡବ୍ଲୁ ଡଟ୍ ଟିକେଟ୍ ଡଟ୍ ଜେନି ଡଟ୍ ଇନରେ ଟିକେଟ୍ ଉପଲବ୍ଧ ହେବ। ମ୍ୟାଚ୍ ଲାଗି ୩୩ ହଜାରରୁ ଅଧିକ ଟିକେଟ୍ ବିକ୍ରି ପାଇଁ ରଖାଯାଇଥିବା ବେଳେ ଅନଲାଇନରେ ୭ ହଜାରରୁ ଅଧିକ ଟିକେଟ୍ ବିକ୍ରି ହେବ। ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଟିକେଟ୍ ବିକ୍ରି ଚାଲିବ। ଏହାପରେ ସାଧାରଣ ଦର୍ଶକଙ୍କ ପାଇଁ ଆସନ୍ତା ୧ ଓ ୩ ତାରିଖରେ ଷ୍ଟାଡିୟମର ୩ଟି କାଉଣ୍ଟରରେ ଟିକେଟ୍ ବିକ୍ର ପାଇଁ ବ୍ୟବସ୍ଥା ହୋଇଛି। ବାରବାଟୀ ଷ୍ଟାଡିୟମରେ ପ୍ରଥମ ଥର ପାଇଁ ହେବାକୁ ଥିବା ଏଇ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଓସିଏ ବ୍ୟାପକ ପ୍ରସ୍ତୁତି କରିଛି। ପିଚ୍ ଠାରୁ ଆଉଟଫିଲଡ, ଗ୍ୟାଲେରୀରୁ ପ୍ୟାଭେଲିୟନ ସବୁଠି କାମ ଜୋରସୋରରେ ଆଗେଇ ଚାଲିଛି। ବର୍ଷାଦିନ ପାଇଁ ଆଉଟଫିଲଡକୁ ସମ୍ପୂର୍ଣ୍ଣ ବାଲିରେ କଭର କରାଯାଇଛି। ଏହାସହ ପିଚରେ ନୂଆ ମାଟି ମଧ୍ୟ ପଡିଛି। ମ୍ୟାଚ୍ ପାଇଁ କ୍ରିକେଟ୍ ପ୍ରେମୀ ବି ବେଶ୍ ଉତ୍ସାହିତ ଅଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କେବଳ ଲୋକସଭା ନିର୍ବାଚନ ପାଇଁ ଗଠନ ହୋଇଥିଲା 'ଇଣ୍ଡିଆ' ମେଣ୍ଟ: ଶରଦ ପାୱାର
ରାଜ୍ୟ ଓ ଆଞ୍ଚଳିକ ନିର୍ବାଚନରେ ଏକାଠି ଲଢ଼ିବାକୁ ଆଲୋଚନା ହୋଇନଥିଲା ବୋଲି କହିଲେ ଶରଦ ପାୱାର।
National
‘ପ୍ୟାରିସ୍ ଭଳି ଦିଲ୍ଲୀ’ କହି କେଜ୍ରିୱାଲଙ୍କୁ ରାହୁଲଙ୍କ କଟାକ୍ଷ, ଦେଖନ୍ତୁ ଭିଡିଓ
ଇଣ୍ଡି ବ୍ଲକ୍ ମଧ୍ୟରେ ସବୁ କିଛି ଠିକ୍ଠାକ୍ ଚାଲି ନଥିବା ବେଳେ ଉଭୟ ଆପ୍ ଓ କଂଗ୍ରେସ ସଦସ୍ୟଙ୍କ ମଧ୍ୟରେ କାନ୍ଦୁଆ ଫିଙ୍ଗାଫିଙ୍ଗି ବଢ଼ିଯାଇଛି। ଏମିତିକି ଅନ୍ୟ ଦଳ ସହିତ ଆଲୋଚନା କଲା ପରେ କଂଗ୍ରେସକୁ ଇଣ୍ଡି ବ୍ଳକ୍ରୁ ବାହାର କରି ଦେବାକୁ ଧମକ ଦେଇଛି ଆପ୍।
Crime
ଦିଲ୍ଲୀରେ ୪୦୦ ସ୍କୁଲକୁ ବୋମା ଧମକ ଦେଇଥିଲା ନାବାଳକ, ଆପ୍-ବିଜେପି ମୁହାଁମୁହିଁ
ଗତ ୮ତାରିଖରେ ମିଳିଥିବା ମେଲକୁ ଟ୍ରାକ୍ କରି ଜଣେ ଯୁକ୍ତ୨ ଛାତ୍ରକୁ ଧରିଛି ପୁଲିସ। ଛାତ୍ର ଓ ଏହାର ଅଭିଭାବକ ଏକ ଏନଜିଓ ସହ ଜଡ଼ିତ। ଏନଜିଓ ଏକ ରାଜନୈତିକ ଦଳ ସହ ଜଡ଼ିତ ବୋଲି କହିଛି ପୁଲିସ।
National
କୁମ୍ଭମେଳାରେ ଅସୁସ୍ଥ ହୋଇ ପଡ଼ିଲେ ଷ୍ଟିଭ୍ ଜବ୍ସଙ୍କ ପତ୍ନୀ
ପ୍ରଥମ ଥର ପାଇଁ କୁମ୍ଭମେଳାରେ ଭାଗ ନେବାକୁ ଆସିଥିବା ଲରେନ୍ ପାୱେଲ ପୂର୍ବରୁ କେବେ ଏପରି ଭିଡ଼ ଦେଖିନଥିଲେ। ରବିବାର ରାତିରୁ ସେ ପ୍ରୟାଗରାଜରେ ସ୍ୱାମୀ କୈଳାଶନନ୍ଦ ଗିରିଙ୍କ ଶିବିରରେ ରହୁଛନ୍ତି।
National
ମା' ବିକି ଦେଲା ବୁଲେଟ୍, ନିଜକୁ ଗୁଳି କରିଦେଲା ପୁଅ
ନବମ ଶ୍ରେଣୀ ଛାତ୍ର ଜଣକ ରାଗରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି।