ବାରବାଟୀ ଆସିବେ ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି!

କଟକ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବାରବାଟୀରେ ଖେଳାଯିବାକୁଥିବା ତୃତୀୟ ତଥା ଅନ୍ତିମ ଦିନିକିଆରେ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ନବନିର୍ବାଚିତ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି। ବାରବାଟୀରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଅନ୍ତିମ ମ୍ୟାଚ୍ ଖେଳାଯିବ ଏବଂ ଏହି ମ୍ୟାଚର ବିଜେତା ହିଁ ସିରିଜ୍ ହାତେଇବ। ତେଣୁ ଗାଙ୍ଗୁଲି ମୁଖ୍ୟ ଅତିଥି […]

dada

Ranjit Kumar Jena
  • Published: Saturday, 21 December 2019
  • , Updated: 21 December 2019, 04:25 PM IST

କଟକ (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବାରବାଟୀରେ ଖେଳାଯିବାକୁଥିବା ତୃତୀୟ ତଥା ଅନ୍ତିମ ଦିନିକିଆରେ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡ (ବିସିସିଆଇ) ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ମୁଖ୍ୟ ଅତିଥି ଭାବେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏ ନେଇ ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ନବନିର୍ବାଚିତ ସମ୍ପାଦକ ସଞ୍ଜୟ ବେହେରା ସୂଚନା ଦେଇଛନ୍ତି।

ବାରବାଟୀରେ ତିନିମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜର ଅନ୍ତିମ ମ୍ୟାଚ୍ ଖେଳାଯିବ ଏବଂ ଏହି ମ୍ୟାଚର ବିଜେତା ହିଁ ସିରିଜ୍ ହାତେଇବ। ତେଣୁ ଗାଙ୍ଗୁଲି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଜେତା ଦଳକୁ ଟ୍ରଫି ଦେଇପାରନ୍ତି। ଗାଙ୍ଗୁଲିଙ୍କ ବ୍ୟତୀତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ମ୍ୟାଚରେ ଯୋଗ ଦେଇପାରନ୍ତି।

ସୂଚନାଯୋଗ୍ୟ, ଅକ୍ଟୋବରରେ ସୌରଭ ଗାଙ୍ଗୁଲି ବିସିସିଆଇର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ସହ ବିସିସିଆଇର ଅନ୍ୟ କର୍ମକର୍ତ୍ତା ମଧ୍ୟ ବାରବାଟୀ ଷ୍ଟାଡିୟମ ଆସିପାରନ୍ତି।

Related story